ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଥିବା ସୂଚନା ମିଳିଛି। ମୃତକ ହେଲେ ପ୍ରମୋଦିନୀ ଚୌଧୁରୀ(୮୦), ସୁଶୀଲ ପଟେଲ( ୭୨)। ସେହିଭଳି ଗାଡ଼ି ଚଳାଉଥିବା କୁବେର ଚୌଧୁରୀ( ୬୩)ଙ୍କ ସ୍ଥିତି ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲଙ୍କୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁସାରେ, ଲଇକେରା ସାହାସପୁର ନିକଟସ୍ଥ ବନ୍ଧପାଲି ଗ୍ରାମରୁ କାର ଯୋଗେ ସମ୍ବଲପୁର ଜିଲା ଲଇଡାରେ ଥିବା ଏକ ବାହାଘରରେ ଯୋଗ ଦେବା ପାଇଁ ସାହାସପୁରର ସୁଶୀଲ, ବନ୍ଧପାଲିର ପ୍ରମୋଦିନୀ(୮୦) ଏବଂ ଡ୍ରାଇଭର୍‌ କୁବେର ଯାଇଥିଲେ। ସୋମବାର ଅପରାହ୍ନରେ ଫେରୁଥିବା ସମୟରେ ଲଇକେରା ସ୍ଥିତ ଧୂକାଚୌକଠାରେ କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଫଳରେ ତିନି ଜଣଙ୍କୁ ମୁଦ୍ରାଜୋର ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ସେଠାରେ ପ୍ରମୋଦିନୀଙ୍କୁ ମୃତ ଘୋଷିତ କରାଯାଇଥିବା ବେଳେ ସମସ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଥିଲା। ଜିଲା ମୁଖ୍ୟ ଡାକ୍ତରଖାନା ପହଞ୍ଚିବା ପରେ ସୁଶିଲଙ୍କୁ ମଧ୍ୟ ଡାକ୍ତର ମୃତ ଘୋଷିତ କରିଥିଲେ। କୁବେରଙ୍କ ସ୍ଥିତି ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଆସନ୍ତକାଲି ମୃତ ଦୁଇଜଣଙ୍କ ପୋଷ୍ଟମର୍ଟମ କରି ପରିବାରକୁ ହସ୍ତାନ୍ତର କରାଯିବ ବୋଲି ଲଇକେରା ଆଇଆଇସି କୃଷ୍ଣଚନ୍ଦ୍ର ମେହେର ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri