ପୁରୀରୁ ଫେରୁଥିବାବେଳେ କାର୍‌ ଦୁର୍ଘଟଣାଗ୍ରସ୍ତ: ଭିତରେ ଥିଲେ ଭଞ୍ଜନଗର ରୋଟାରୀ କ୍ଲବ ସମ୍ପାଦକଙ୍କ ସହ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଗନ୍ନାଥପ୍ରସାଦ ମୁଖ୍ୟ ରାସ୍ତା ବିଡ଼ିପୁର ନିକଟରେ ଗୁରୁବାର ଅପରାହ୍ନରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଭଞ୍ଜନଗର ରୋଟାରୀ କ୍ଲବ ସମ୍ପାଦକ ଗୁପ୍ତେଶ୍ୱର ସୁବୁଦ୍ଧି ଏବଂ ତାଙ୍କ ସ୍ତ୍ରୀ , ଭାଇ , ଭାଉଜ ଏବଂ ପୁଅ ଆହତ ହୋଇଛନ୍ତି। ସେମାନଙ୍କୁ ସଂପୃକ୍ତ ଅଞ୍ଚଳବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଏଠାରେ ସେମାନଙ୍କ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ଅନ୍ୟତ୍ର ପଠାଇବା ବ୍ୟବସ୍ଥା କରାଯାଉଛି । ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି। ଘଟଣାରୁ ପ୍ରକାଶ ଯେ, ଗୁପ୍ତେଶ୍ୱର ଏବଂ ପରିବାରର ଅନ୍ୟ ସଦସ୍ୟମାନେ କୌଣସି କାର୍ଯ୍ୟରେ ଯୋଗ ଦେବାପାଇଁ ପୁରୀ ଯାଇଥିଲେ । କାମ ସରିବା ପରେ ଆଜି ସକାଳୁ ସେମାନେ ପୁରୀରୁ ଭଞ୍ଜନଗର ଅଭିମୁଖେ ଫେରୁଥିଲେ। ବାଟରେ ଚାଳକ ଗାଡିରୁ ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲେ। ଫଳରେ ଗାଡିରେ ଥିବା ସମସ୍ତ ୫ ଜଣ ଯାତ୍ରୀ ଅଳ୍ପ ବହୁତ ଆହତ ହୋଇଛନ୍ତି। ଦୁର୍ଘଟଣା କେଉଁଭଳି ପରିସ୍ଥିତିରେ ହେଲା ସେନେଇ ସଠିକ କିଛି ଜଣାପଡ଼ିନାହିଁ। ଭଞ୍ଜନଗର ରୋଟାରୀ କ୍ଲବ ସଭାପତି ରଞ୍ଜିତ ବାରିକ, ପୁର୍ବତନ ସମ୍ପାଦକ ପ୍ରଦ୍ୟୁମ୍ନ ମଲ୍ଲିକ
ଏବଂ ଅନ୍ୟମାନେ ମେଡ଼ିକାଲରେ ପହଞ୍ଚି ଆହତମାନଙ୍କ ଚିକିତ୍ସା ବ୍ୟବସ୍ଥା କରିଛନ୍ତି। ଜଗନ୍ନାଥପ୍ରସାଦ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଜୀବ, ଯାହା ନିଃଶ୍ୱାସ ନ ନେଇ ବଞ୍ଚିଥାଏ

ଦୁନିଆରେ ଏପରି ଅନେକ ଜୀବ ଅଛନ୍ତି, ଯାହା ଲୋକଙ୍କ ପାଇଁ ରହସ୍ୟ ହୋଇ ରହିଯାଇଛନ୍ତି। ଆଜି ଏମିତି ଏକ ଜୀବ ବିଷୟରେ କହିବୁ ଯାହା ନିଃଶ୍ୱାସ ନ…

ଜାନୁଆରୀ ୨୯ ରାତିରେ ମିଥୁନ ରାଶିରେ ଗୋଚର କରିବେ ଚନ୍ଦ୍ର, ଏହି ୩ଟି ରାଶିକୁ…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରକୁ ମନ ଏବଂ ମାତାଙ୍କ କାରକ ଗ୍ରହ ଭାବେ ବିବେଚନା କରାଯାଏ । ଆଜି, ଜାନୁଆରୀ ୨୯ତାରିଖ, ରାତିରେ ଚନ୍ଦ୍ର ବୃଷ ରାଶିରୁ ମିଥୁନ…

ଭିଜିଲାନ୍ସ ଜାଲରେ ଏସସିବି ମେଡିକାଲର ସହକାରୀ ପ୍ରଫେସର: ୨.୬୩ ଲକ୍ଷ ଟଙ୍କା ଜବତ

କଟକ,୨୯।୧: ଭିଜିଲାନ୍ସ ଜାଲରେ ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ…

ସୁନେତ୍ରା ହେବେ ଉପ ମୁଖ୍ୟମନ୍ତ୍ରୀ! ଅଜିତ ପାଓ୍ବାରଙ୍କ ନିଧନ ପରେ…

ମୁମ୍ବାଇ,୨୯।୧: ଦିବଂଗତ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି କରିବାକୁ ଦାବି ହୋଇଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ…

ମିନିବସ୍-ଟ୍ରକ ମଧ୍ୟରେ ଭୟଙ୍କର ଧକ୍କା, ୧୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୯।୧: ଦକ୍ଷିଣ ଆଫ୍ରିକାରେ ଗୁରୁବାର ଦିନ ପୂର୍ବ କ୍ୱାଜୁଲୁ-ନାଟାଲ ପ୍ରଦେଶର ଡର୍ବାନ ସହର ନିକଟରେ ଏକ ମିନିବସ୍ ଏବଂ ଏକ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି…

ଘୋଷଣା ହେଲା ରାୟଗଡ଼ା ଜିଲା କଂଗ୍ରେସ କମିଟି: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ଏଥିରେ ସାମିଲ ଅଛନ୍ତି…

ରାୟଗଡ଼ା,୨୯ା୧(ଆଶିଷ ରଞ୍ଜନ ପଣ୍ଡା): ଜିଲା କଂଗ୍ରେସ ସଭାପତି ତଥା ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକାଙ୍କ ସଭାପତିତ୍ୱରେ ଗଠନ ହୋଇଛି ନୂତନ ଜିଲା କଂଗ୍ରେସ କମିଟି। ଜିଲା ସଭାପତି…

UGC New Rules: General, SC, ST, OBCଙ୍କ ପାଇଁ ହେଉ ଅଲଗା ଅଲଗା ହଷ୍ଟେଲ, ଶୁଣୁ ଶୁଣୁ କାହିଁକି ରାଗିଗଲେ CJI, କହିଲେ…

ନୂଆଦିଲ୍ଲୀ,୨୯।୧: ନୂତନ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ନିୟମକୁ ଗୁରୁବାର (ଜାନୁଆରୀ ୨୯, ୨୦୨୬)ରେ ଚ୍ୟାଲେଞ୍ଜ କରି ଏକ ଆବେଦନର ଶୁଣାଣି କରିବା ସମୟରେ, ବିଭିନ୍ନ ଜାତି…

୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ, ଦାଦନ ଶ୍ରମିକ ଭାବେ…

ତୁମୁଡିବନ୍ଧ,୨୯ା୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତର ସଭା ଗୃହରେ ୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri