ପୁରୀରୁ ଫେରୁଥିବାବେଳେ କାର୍‌ ଦୁର୍ଘଟଣାଗ୍ରସ୍ତ: ଭିତରେ ଥିଲେ ଭଞ୍ଜନଗର ରୋଟାରୀ କ୍ଲବ ସମ୍ପାଦକଙ୍କ ସହ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଗନ୍ନାଥପ୍ରସାଦ ମୁଖ୍ୟ ରାସ୍ତା ବିଡ଼ିପୁର ନିକଟରେ ଗୁରୁବାର ଅପରାହ୍ନରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଭଞ୍ଜନଗର ରୋଟାରୀ କ୍ଲବ ସମ୍ପାଦକ ଗୁପ୍ତେଶ୍ୱର ସୁବୁଦ୍ଧି ଏବଂ ତାଙ୍କ ସ୍ତ୍ରୀ , ଭାଇ , ଭାଉଜ ଏବଂ ପୁଅ ଆହତ ହୋଇଛନ୍ତି। ସେମାନଙ୍କୁ ସଂପୃକ୍ତ ଅଞ୍ଚଳବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଏଠାରେ ସେମାନଙ୍କ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ଅନ୍ୟତ୍ର ପଠାଇବା ବ୍ୟବସ୍ଥା କରାଯାଉଛି । ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି। ଘଟଣାରୁ ପ୍ରକାଶ ଯେ, ଗୁପ୍ତେଶ୍ୱର ଏବଂ ପରିବାରର ଅନ୍ୟ ସଦସ୍ୟମାନେ କୌଣସି କାର୍ଯ୍ୟରେ ଯୋଗ ଦେବାପାଇଁ ପୁରୀ ଯାଇଥିଲେ । କାମ ସରିବା ପରେ ଆଜି ସକାଳୁ ସେମାନେ ପୁରୀରୁ ଭଞ୍ଜନଗର ଅଭିମୁଖେ ଫେରୁଥିଲେ। ବାଟରେ ଚାଳକ ଗାଡିରୁ ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲେ। ଫଳରେ ଗାଡିରେ ଥିବା ସମସ୍ତ ୫ ଜଣ ଯାତ୍ରୀ ଅଳ୍ପ ବହୁତ ଆହତ ହୋଇଛନ୍ତି। ଦୁର୍ଘଟଣା କେଉଁଭଳି ପରିସ୍ଥିତିରେ ହେଲା ସେନେଇ ସଠିକ କିଛି ଜଣାପଡ଼ିନାହିଁ। ଭଞ୍ଜନଗର ରୋଟାରୀ କ୍ଲବ ସଭାପତି ରଞ୍ଜିତ ବାରିକ, ପୁର୍ବତନ ସମ୍ପାଦକ ପ୍ରଦ୍ୟୁମ୍ନ ମଲ୍ଲିକ
ଏବଂ ଅନ୍ୟମାନେ ମେଡ଼ିକାଲରେ ପହଞ୍ଚି ଆହତମାନଙ୍କ ଚିକିତ୍ସା ବ୍ୟବସ୍ଥା କରିଛନ୍ତି। ଜଗନ୍ନାଥପ୍ରସାଦ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri