କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ ଥିବା ଜଣେ ଏବଂ ମୋଟରସାଇକେଲର ଦୁଇ ଜଣ ଆହତ ହୋଇଛନ୍ତି। ୨ ଗୁରୁତରଙ୍କ ମଧ୍ୟରୁ ଜଣଙ୍କୁ ଜିଲା ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ମୁତାବକ, ଉକ୍ତ ଥାନା ଅନ୍ତର୍ଗତ ମାଳିପୁଟ ଗ୍ରାମର ଦ୍ରୋଣ ଝାଡୁ ଦୋରା, ସୁଶୀଲ ଝାଡୁ ଦୋରା ( ଦୁଇ ଭାଇ ) ଦୁହେଁ ଏକ ମୋଟରସାଇକେଲ ନମ୍ବର ଓଡି ୧୦ AB ୬୧୦୨ ଯୋଗେ ନିଜ ଗ୍ରାମ ଅଭିମୁଖେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ସମ୍ବାଇ ପଞ୍ଚାୟତର ପଣ୍ଡେଇ ଗ୍ରାମର ମାରୁତି କାର୍‌ ନଂ ଓଆର୍‌ ୧୪ ସି ୧୪୦୦ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହା ଫଳରେ କି ମୋଟର ସାଇକେଲଟି ଛିଟିକି ପଡ଼ିବା ସହ ମୋଟରସାଇକେଲରେ ଥିବା ଦୁଇଭାଇ ଦ୍ରୋଣ ଏବଂ ସୁଶୀଲ ଦୋରା ଗୁରୁତର ହୋଇ ରାସ୍ତାରେ ପଡ଼ି ରହିଥିବା ବେଳେ ନିଜ କୁନ୍ଦୁଲି ଗ୍ରାମ ନିଜ ଘରକୁ ଫେରୁଥିବା ପୂର୍ବତନ ବ୍ଲକ ଅଧ୍ୟକ୍ଷ ଜଗତ ଜ୍ୟୋତି ପାଙ୍ଗ ଘଟଣାସ୍ଥଳରେ ଅଟକି ଦୁଇ ଆହତଙ୍କୁ ନିଜ କାର୍‌ରେ ବସାଇ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ପ୍ରାଥମିକ ଚିକିତ୍ସା କରାଇଥିଲେ କିନ୍ତୁ ଦୁଇ ଆହତଙ୍କ ମଧ୍ୟରୁ ଦ୍ରୋଣଙ୍କ ଅବସ୍ଥା ଠିକ ନ ଥିବାରୁ ତାଙ୍କୁ ମେଡିକାଲ କଲେଜ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ କାର୍‌ରେ ଥିବା ୪ ଜଣଙ୍କ ମଧ୍ୟରୁ ଜଣଙ୍କ ମୁଣ୍ଡ ଫାଟି ଆହତ ହୋଇଥିବା ଜଣାପଡ଼ିଛି । ସେପଟେ ଖବର ପାଇ ଥାନା ଅଧିକାରୀ ପ୍ରଭାତ କୁମାର ବେହେରା , ଏସ୍‌ଆଇ ଏସ୍‌ଏସ୍‌ଆରାର୍‌ବି ବେନିଆ ଏବଂ ଅନ୍ୟ ପୋଲିସ କର୍ମଚାରୀ ଦୁର୍ଘଟଣାଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ କାର୍‌ ଓ ମୋଟରସାଇକେଲ ଜବତ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?