କାର୍‌ ଓଲଟି ୨ ମୃତ: ଡ୍ରାଇଭର ଫେରାର

କାମାକ୍ଷାନଗର,୬।୧୨(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ପଣ୍ଡୁଆ ଫାଣ୍ଡି ଖଟୁଆ ହତାଠାରେ ରବିବାର ଅପରାହ୍ନରେ ଏକ କାର ଓଲଟି ପଡିଛି। ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି।
ସୂଚନାଯୋଗ୍ୟ, ମଠକରଗଳା ଗ୍ରାମ ବାଲିସାହିର ସୁଶାନ୍ତ ଦାସଙ୍କ ସ୍ତ୍ରୀ ପୁଷ୍ପାଞ୍ଜଳି ବେହେରା (୩୫), ଶାଶୁ ନିରେଇ ଦାସ(୬୫) ଓ ଆଶା ଦିଦି ଲକ୍ଷ୍ମୀ ନାୟକ ଢେଙ୍କାନାଳରୁ ଏକ କାର ଯୋଗେ ନିଜ ଗ୍ରାମକୁ ଫେରୁଥିବା ବେଳେ ଖଟୁଆ ହତାଠାରେ କାରଟି ଭାରସାମ୍ୟ ହରାଇ ବିଲ ଭିତରକୁ ଓଲଟି ପଡିଥିଲା। ପରେ ନିରେଇ, ଲକ୍ଷ୍ମୀ ଓ ପୁଷ୍ପାଞ୍ଜଳିଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ନିରେଇ ଓ ଲକ୍ଷ୍ମୀଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri