ଶିରିପୁରରୁ କାର୍‌ ମାଲିକ ଗିରଫ

ଭୁବନେଶ୍ୱର,୪।୧୦(ସତ୍ୟଜିତ୍‌ ରାଉତ)ରାଜଧାନୀରେ ହିଟ୍‌ ଆଣ୍ଡ୍‌ ରନ୍‌ ଘଟଣାର ୩ ଦିନ ପରେ ମଙ୍ଗଳବାର କମିଶନରେଟ୍‌ ପୋଲିସ ହାତରେ ଅଭିଯୁକ୍ତ କାର୍‌ ମାଲିକ ବିକାଶ ପାଲ୍‌ (୨୬) ଧରାପଡ଼ିଛନ୍ତି। ସେ କଟକ ଜିଲା ଆଠଗଡ଼ସ୍ଥିତ ସମ୍ପର୍କୀୟଙ୍କ ଘରୁ ଫେରି ନିଜ ଘରକୁ ଯାଉଥିବାବେଳେ ଶିରିପୁରଠାରେ କ୍ୟାପିଟାଲ ଥାନା ପୋଲିସ ଟିମ୍‌ ତାଙ୍କୁ ଗିରଫ କରିଛି। ଅଭିଯୁକ୍ତ ବିକାଶଙ୍କୁ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରାଯାଇଥିଲା। ସେଠାରେ ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସୂଚନା ଅନୁଯାୟୀ, ବିକାଶଙ୍କ ଘର ପୁରୀ ଜିଲା କାକଟପୁର ଥାନା ଅଞ୍ଚଳରେ ହୋଇଥିବା ବେଳେ ସେ ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରେ ପରିବାର ସହ ରହୁଛନ୍ତି। ସେ ଭୁବନେଶ୍ୱରସ୍ଥିତ କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ୍‌ର ଏକ ଶାଖାରେ ଆସିଷ୍ଟାଣ୍ଟ୍‌ ମ୍ୟାନେଜର୍‌ ଭାବେ କାର୍ଯ୍ୟ କରନ୍ତି। ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ୧ଟା ବେଳେ ବିକାଶ ତାଙ୍କ କାର୍‌ ଯୋଗେ ଦ୍ରୁତ ଗତିରେ ଭୁବନେଶ୍ୱର ଏଜି ଛକରୁ ରାଜମହଲ ଆଡ଼କୁ ଆସୁଥିଲେ। ରାଜମହଲ ନିକଟରେ ଭାରସାମ୍ୟ ହରାଇ ତାଙ୍କ କାର୍‌ ଫୁଟ୍‌ପାଥ୍‌ରେ ଶୋଇଥିବା ଶ୍ରମିକ ଦୀନବନ୍ଧୁ ବରାଳଙ୍କ ଉପରେ ଚଢିଯାଇଥିଲା। ଫଳରେ ଦୀନବନ୍ଧୁଙ୍କ ମୃତ୍ୟୁ ଘଟିଥିବା ବେଳେ ସେଠାରେ ବିଶ୍ରାମ ନେଉଥିବା ୧୦ରୁ ଊର୍ଦ୍ଧ୍ୱ ଲୋକ ବର୍ତ୍ତିଯାଇଥିଲେ। ଏହି ଘଟଣା ପରେ ଲିଙ୍ଗିପୁର ବାଙ୍କୁଆଳସ୍ଥିତ ଦୟାନଦୀ ବନ୍ଧ ପାର୍ଶ୍ୱରେ ବିକାଶ କାର୍‌ ଛାଡ଼ି ଆଠଗଡ଼ସ୍ଥିତ ସମ୍ପର୍କୀୟଙ୍କ ଘରକୁ ଚାଲିଯାଇଥିଲେ। ସେ ମୋବାଇଲ ଫୋନ୍‌ ନେଇ ନ ଥିବାରୁ ତାଙ୍କ ସହ ଯୋଗାଯୋଗ କରିବା ପୋଲିସ ପାଇଁ କଷ୍ଟକର ହୋଇପଡ଼ିଥିଲା। ତେବେ ବିକାଶ ଘରକୁ ଫେରୁଥିବା ଖବର ପାଇ ପୋଲିସ ମଙ୍ଗଳବାର ତାଙ୍କୁ କାବୁ କରିଥିଲା। ଏ ସଂକ୍ରାନ୍ତରେ ପୋଲିସ ଆଇପିସି ଦଫା ୨୭୯, ୩୦୪ (କ)ରେ ଏକ ମାମଲା (ନଂ. ୫୮୨/୨୦୨୩) ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri