ଚକା ଫାଟି ଓଭର ବ୍ରିଜ ତଳକୁ ଖସିଲା କାର: ଜଣେ ମୃତ, ୩ ଗୁରୁତର

ନିରାକାରପୁର,୧୯।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଚକା ଫାଟିଯିବାରୁ କାରଟି ଭାରସାମ୍ୟ ହରାଇ ଓଭରବ୍ରିଜ ତଳକୁ ଖସି ପଡିଛି। ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କଟକ ଜଲା ବାଙ୍କୀ ଥାନା ଅଧୀନ ସାମନ୍ତରାୟପୁର ଗ୍ରାମର ସୂର୍ଯ୍ୟକାନ୍ତ ରଥଙ୍କ ସ୍ତ୍ରୀ ବିଷ୍ଣୁପ୍ରିୟା ରଥ (୪୬)।

ଜଙ୍କିଆ ପୋଲିସ ସୂଚନା ମୁତାବକ, ଓଆର୧୯ଏନ୍‌-୩୨୩୩ ନମ୍ବର ବିଶିଷ୍ଟ ଏକ କାରରେ ପାରିକୁଦରୁ ଏକ ପରିବାର କଟକ ଯାଉଥିଲେ। ହେଲେ ୧୬ନମ୍ବର ଜାତୀୟ ରାଜପଥର ଉଗ୍ରତାରା ଛକ ଓଭରବ୍ରିଜଠାରେ କାର ଏକ ଚକ ଫାଟି ଯାଇଥିଲା। ଫଳରେ କାରଟି ଭାରସାମ୍ୟ ହରାଇ ୨୦ଫୁଟ ତଳକୁ ଖସି ପଡିଥିଲା। ଫଳରେ ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ କାରରେ ଥିବା ଅନ୍ୟ ୩ଜଣ ଆହତ ହୋଇଥିଲେ। ଆହତମାନଙ୍କୁ ଚିକିତ୍ସା ନିମନ୍ତେ ଭୁବନେଶ୍ୱର ଏମ୍ସ ଡାକ୍ତରଖାନାକୁ ପଠାଯାଇଛି। ପୋଲିସ ମୃତଦେହ ଜବତ କରି ଖୋର୍ଦ୍ଧା ଡାକ୍ତରଖାନା ପଠାଇଛି। ଏନେଇ ଜଙ୍କିଆ ଥାନା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଲାଇଥିବା ଜଙ୍କିଆ ଥାନା ଅଧିକାରିଣୀ ପ୍ରଜ୍ଞାଋତୁମ୍ଭରା କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଦିବ୍ୟାଙ୍ଗଙ୍କୁ ସ୍ୱାବଲମ୍ବୀ କରାଇବା ପାଇଁ ପଦକ୍ଷେପ: ଏକାଧିକଙ୍କୁ ମିଳିଲା ସହାୟତା ରାଶି

ଦାରିଙ୍ଗବାଡ଼ି, ୧୧।୯ (ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ବିକାଶ ସହ ସେମାନଙ୍କୁ ସ୍ୱରୋଜଗାରକ୍ଷମ କରାଇ ସ୍ୱାବଲମ୍ବୀ କରିବା ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରୟାସ ଆରମ୍ଭ ହୋଇଛି। ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?