କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା ପାର୍ଶ୍ୱସ୍ଥ ଏକ ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ରାସ୍ତାରେ ଛିଡ଼ା ହୋଇଥିବା ଏକାଧିକ ବାଇକ୍‌ ଏବଂ ସ୍କୁଟି ଉପରକୁ ମାଡ଼ି ଯାଇଥିଲା। ହେଲେ ଏତେ ବଡ଼ ଦୁର୍ଘଟଣା ସ୍ବତ୍ତ୍ୱେ ଗାଡି ଚାଳକ ଆଶ୍ଚର୍ଯ୍ୟଜନକ ଭାବେ ବର୍ତ୍ତି ଯାଇଛନ୍ତି।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ବିଦ୍ୟୁତ୍‌ ଖୁଣ୍ଟକୁ ଦେବା ପରେ କାର୍‌ ଇଞ୍ଜିନଟି ଛିଟିକି ରାସ୍ତାର ଅପରପାଶର୍‌ବରେ ପଡ଼ିଥିବା ଦେଖିବାକୁ ମିଳିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ଚାଳକଙ୍କ ପରିଚୟ ମିଳି ନ ଥିଲେ ହେଁ ସେ ସହରର ଏକ ସ୍ବର୍ଣ୍ଣ ଅଳଙ୍କାର ଦୋକାନୀଙ୍କ ପୁଅ ବୋଲି ଚର୍ଚ୍ଚା ହେଉଛି।

ଅନ୍ୟପକ୍ଷେ ଏଭଳି ଦୁର୍ଘଟଣା Car Racingର କରୁଣ ପରିଣତି ବୋଲି କେତେକ ପ୍ରତ୍ୟକ୍ଷଦର୍ଶୀ ମତ ପ୍ରକାଶ କରିଛନ୍ତି। ଖବର ପାଇ ଅଇଁଠାପାଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ସ୍ଥାନୀୟ ଲୋକଙ୍କ କହିବା ମୁତାବକ, ଦୁଇଟି କାର୍‌ ପରସ୍ପର ମଧ୍ୟରେ ପ୍ରତିଯୋଗିତା କରି ଅଇଁଠାପାଲି ପଟେ ଅତି କ୍ଷିପ୍ରଗତିରେ ଆସୁଥିଲେ। ସେତିକିବେଳେ ଗୋଟିଏ କାର୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇଥିଲା। ସମ୍ଭବତଃ ଉଭୟ ଗାଡ଼ି ଚାଳକ ନିଶାଗ୍ରସ୍ତ ଥିବା କେତେକ ଲୋକେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri