କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା ପାର୍ଶ୍ୱସ୍ଥ ଏକ ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ରାସ୍ତାରେ ଛିଡ଼ା ହୋଇଥିବା ଏକାଧିକ ବାଇକ୍‌ ଏବଂ ସ୍କୁଟି ଉପରକୁ ମାଡ଼ି ଯାଇଥିଲା। ହେଲେ ଏତେ ବଡ଼ ଦୁର୍ଘଟଣା ସ୍ବତ୍ତ୍ୱେ ଗାଡି ଚାଳକ ଆଶ୍ଚର୍ଯ୍ୟଜନକ ଭାବେ ବର୍ତ୍ତି ଯାଇଛନ୍ତି।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ବିଦ୍ୟୁତ୍‌ ଖୁଣ୍ଟକୁ ଦେବା ପରେ କାର୍‌ ଇଞ୍ଜିନଟି ଛିଟିକି ରାସ୍ତାର ଅପରପାଶର୍‌ବରେ ପଡ଼ିଥିବା ଦେଖିବାକୁ ମିଳିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ଚାଳକଙ୍କ ପରିଚୟ ମିଳି ନ ଥିଲେ ହେଁ ସେ ସହରର ଏକ ସ୍ବର୍ଣ୍ଣ ଅଳଙ୍କାର ଦୋକାନୀଙ୍କ ପୁଅ ବୋଲି ଚର୍ଚ୍ଚା ହେଉଛି।

ଅନ୍ୟପକ୍ଷେ ଏଭଳି ଦୁର୍ଘଟଣା Car Racingର କରୁଣ ପରିଣତି ବୋଲି କେତେକ ପ୍ରତ୍ୟକ୍ଷଦର୍ଶୀ ମତ ପ୍ରକାଶ କରିଛନ୍ତି। ଖବର ପାଇ ଅଇଁଠାପାଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ସ୍ଥାନୀୟ ଲୋକଙ୍କ କହିବା ମୁତାବକ, ଦୁଇଟି କାର୍‌ ପରସ୍ପର ମଧ୍ୟରେ ପ୍ରତିଯୋଗିତା କରି ଅଇଁଠାପାଲି ପଟେ ଅତି କ୍ଷିପ୍ରଗତିରେ ଆସୁଥିଲେ। ସେତିକିବେଳେ ଗୋଟିଏ କାର୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇଥିଲା। ସମ୍ଭବତଃ ଉଭୟ ଗାଡ଼ି ଚାଳକ ନିଶାଗ୍ରସ୍ତ ଥିବା କେତେକ ଲୋକେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri