Categories: ଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪ ମୃତ

ମୁମ୍ବାଇ: ମହାରାଷ୍ଟ୍ରର ପାଲଘର ଜିଲା ଦାହାନୁ ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋମବାର ବିଳମ୍ବିତ ରାତିରେ ମୁମ୍ବାଇ-ଅହମ୍ମଦାବାଦ ରାଜପଥରେ ଏକ କାର୍‌ -ବସ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୪ ଜରଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନାନୁଯାୟୀ, କାର୍‌ଟି ଗୁଜରାଟରୁ ମୁମ୍ବାଇଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। କାର୍‌ ଡ୍ରାଇଭର ନିୟନ୍ତ୍ରଣ ହରାଇ ବସ୍‌କୁ ଧକ୍କା ଦେଇଛି ବୋଲି ପାଲଘର ପୋଲିସ କହିଛି।

Share