୪୦୦ ଲିଟର ଦେଶୀ ରନ୍ଧା ମଦ ସହ କାର୍‌ ଜବତ, ଜଣେ ଗିରଫ

ଭଦ୍ରକ ଅଫିସ,୨୬।୧- ଭଣ୍ଡାରିପୋଖରୀ ଥାନI ଅନ୍ତର୍ଗତ ଆଖୁଆପଦା ନିକଟରୁ ଜିଲା ଅବକାରୀ ବିଭାଗ ମଙ୍ଗଳବାର ଗୋଟିଏ ଇଣ୍ଡିଗୋ କାର୍‌(ଓଆର୍‌-୦୨ଏୟୁ-୦୪୪୦)ରୁ ୪୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିଛି। ଘଟଣାରେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ମୁଗୁପୁର ଗ୍ରାମର ଲିପୁ ରଞ୍ଜନ ଦେହୁରୀକୁ ଗିରଫ କରାଯାଇଛି। ଅବକାରୀ ନିରୀକ୍ଷକ ଧନେଶ୍ୱର ବରାଡ଼ ଓ କ୍ଷିତିଶ ଦାସ ଏବଂ ଭ୍ରାମ୍ୟମାଣ ଭାରପ୍ରାପ୍ତ ଅଧିକାରୀ ବ୍ରଜମୋହନ ମଲ୍ଲିକଙ୍କ ନେତୃତ୍ୱରେ ଗଠିତ ଏକ ସ୍ବତନ୍ତ୍ର ଟିମ୍‌ ଦ୍ୱାରା ପାଟ୍ରୋଲିଂ କରାଯାଉଥିବା ସମୟରେ କାର୍‌ରୁୁ ଦେଶୀ ମଦ ଠାବ କରାଯାଇଛି। ତେବେ ଜବତ ମଦର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି। ଏନେଇ ଅବକାରୀ ବିଭାଗ କେସ ନଂ ୧୩୦/୨୦-୨୧ ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?