କୋଟିଏ ଟଙ୍କାର ବ୍ରାଉନସୁଗାର ସହ କାର୍‌ ଜବତ, ଜଣେ ଗିରଫ

କେନ୍ଦୁଝର,୧୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)ର ଜିରୋ ଟଲେରାନ୍ସ ରକ୍ଷା କରିବାକୁ ଧଳା ଜହର କାରବାର ଉପରେ ଧରପଗଡ଼ କରୁଛି। ଏହି ଟିମ୍‌ ରବିବାର ରାତିରେ ଟାଉନ ପୋଲିସ ସହାୟତାରେ ବ୍ରାଉନସୁଗାର କାରବାର ବେଳେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହ ଏକ କାର୍‌ ଜବତ କରିଛି। ତାଙ୍କ ନାମ ଦେବାନନ୍ଦ ସାମଲ (୩୭) ଓ କେନ୍ଦୁଝର ଜୁଡିସିଆଲ କୋର୍ଟରେ ସେ ପିଅନ ଭାବେ କାମ କରୁଥିଲେ ବୋଲି ଜଣାପଡ଼ିଛି। ଟାଉନ ଥାନା ଅନ୍ତର୍ଗତ ସିଲୁଆଁ ଗ୍ରାମ ନିକଟରୁ ତାଙ୍କୁ ଗିରଫ କରାଯାଇଥିବା ବେଳେ ତାଙ୍କ ନିକଟରୁ ୫୨୦ଗ୍ରାମର ବ୍ରାଉନସୁଗାର ଜବତ କରିଛି ଏସ୍‌ଟିଏଫ୍‌।

ସୂଚନାନୁଯାୟୀ, ମାରୁତି କାର୍‌ରେ ଏହି ଧଳାଜହର କାରବାର ହେଉଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଟାଉନ ଥାନା ପୋଲିସ ସହାୟତାରେ ଚଢାଉ କରିଥିଲେ। ବ୍ରାଉନସୁଗାର ସହିତ ଦେବାନନ୍ଦ ସାମଲଙ୍କୁ ଧରି ଟାଉନ ଥାନାକୁ ହସ୍ତାନ୍ତର କରିଥିଲେ। ତାଙ୍କଠାରୁ ଜବତ କରାଯାଇଥିବା ବ୍ରଉନସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟିରୁ ଅଧିକ ହେବ ବୋଲି ସୂଚନା ମିଳିଛି । କେସ୍‌ ନମ୍ବର ୩୮୦/୨୩ରେ ଏକ ମାମଲା ରୁଜୁ କରି ଏସ୍‌ଟିଏଫ୍‌ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri