ଲହୁଣୀପଡା, ୧।୧ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ରାଜାମୁଣ୍ଡା ଛକରୁ ଗୁରୁବାର ଭୋର ଏକ ଚୋରା ଲୁହାପଥର ବୋଝେଇ ଚଉଦ ଚକିଆ ଟ୍ରକ ଓ କାରକୁ ଜବତ କରିବା ସହିତ ୫ଜଣଙ୍କୁ ଲହୁଣୀପଡା ପୋଲିସ ଗିରଫ କରିଛି। କେନ୍ଦୁଝର ଖଣି ଅଞ୍ଚଳରୁ ଓଡି ୧୯ ଏମ- ୬୯୨୯ ଚଉଦ ଚକିଆ ଟ୍ରକରେ ଲୁହାପଥର ବୋଝେଇ ବଣେଇ ପଟୁ ରାଜାମୁଣ୍ଡା ଅଞ୍ଚଳର ସ୍ପଞ୍ଜ କାରଖାନାକୁ ଆସୁଥିଲା ବେଳେ ପୋଲିସ ରାଜାମୁଣ୍ଡା ଛକରେ ଗାଡିକୁ ଅଟକ ରଖି କାଗଜପତ୍ର ଯାଞ୍ଚ କରିବାରୁ ଜଣାପଡିଲା ଯେ, ଉକ୍ତ ଗାଡିରେ ଚୋରା ଲୁହାପଥର ଅଛି । ଟ୍ରକ ସହିତ ଚାଳକକୁ ଥାନାକୁ ନେଇ ପଚରାଉଚୁରା କରିଥିଲେ । ଏହା ଚୋରା ଲୁହାପଥର ବେନିୟମ ଭାବେ ଚାଲାଣ ହେଉଥିବା ସ୍ପଷ୍ଟ ଜଣାପଡିଥିଲା । ଏହି ଚୋର ଲୁହାପଥର ଗାଡିକୁ ଏକ କାର ଓଡି ୦୫ ଏଭି- ୦୭୦୮ ସୁରକ୍ଷା ଦେଇ ଆସୁଥିଲା । ଉକ୍ତ କାରକୁ ମଧ୍ୟ ଜବତ କରିବା ସହିତ କାର ଭିତରେ ଥିବା ତିନିଜଣଙ୍କୁ ଅଟକ ରଖି ପଚରାଉଚୁରା କରିବାରୁ ଜଣାପଡିଲା ଯେ, ଏହି ୫ଜଣ ବେନିୟମ ଭାବେ ଲୁହାପଥର ଚାଲାଣ କରୁଛନ୍ତି । ବେନିୟମ ଲୁହାପଥର ଚାଲାଣ ଅଭିଯୋଗରେ ପୋଲିସ ଏକ ମାମଲା ରୁଜୁ କରି ଟ୍ରକ ଓ କାରକୁ ଜବତ କରିବା ସହିତ ୫ଜଣଙ୍କୁ ଗିରଫ କରିଛି।
୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…
ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…
ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…
ଠିକାଦାରଙ୍କ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଏଇ: ଅଫିସ୍ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…
ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ
ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…
‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’
ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…
୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ
ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…
କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…
ସତ୍ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ
ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…
Archives

