ତ୍ରିଶୁଳିଆ ବ୍ରିଜ୍‌ ଉପରେ କାର, ଆଉ ଚପଲ: ନିଖୋଜ ପୂର୍ବରୁ ଘରକୁ ପଠାଇଲେ ସେଲଫି  

କଟକ,୨।୮(କାର୍ତ୍ତିକ ସାହୁ): କଟକ ତ୍ରିଶୁଳିଆ ବ୍ରିଜ୍‌ରୁ  ପୁଣି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଉକ୍ତ ଯୁବକ ଜଣକ ଗୁଜୁରାଟୀ ବ୍ୟବସାୟୀ ତୁଷାର ଭଟ୍ଟ। ସେ ବ୍ରିଜ ଉପରେ କାର ଓ ଚପଲ ଥୋଇ ବ୍ରିଜ ଉପରୁ କାଠଯୋଡି ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛ। ତୁଷାର ଭୁବନେଶ୍ୱରରେ ରହୁଥିଲେ। ଗତ ବୁଧବାର ୨ଟା ସମୟରେ କୌଣସି କାମରେ କାର୍‌ ନେଇ ଘରୁ ବାହାରିଥିଲେ। ତା’ପରେ ସେ ଘରକୁ ଫେରି ନଥିଲେ। ତୁଷାର ନଦୀରୁ ଡେଇଁବା ପୂର୍ବରୁ ଘରକୁ ନିଜର ସେଲଫି ପଠାଇଥିବା ସୂଚନା ମିଳିଛି।
ପୂର୍ବରୁ ମଧ୍ୟ ଜଣେ କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ କରାଯାଉଛି। ହେଲେ ଚାଳକଙ୍କ ପତ୍ତା ମିଳୁନି । ତେବେ ସେ ନଦୀକୁ ଡେଇଁ ପଡିଥିବା ଅନୁମାନ କରାଯାଉଛି। ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ଟିମ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛି। ଆଜି ଭୋରରୁ କଟକ ନେତାଜୀ ସୁବାଷ ସେତୁ ଉପରେ ଏକ ନାଲି ରଙ୍ଗର ସ୍କୁଟି ଥୁଆ ହୋଇଥିବା ଦେଖିବାକୁ ମିଳିଥିଲ। ସ୍କୁଟିରେ ଚାବି ଲାଗିଥିବା ବେଳେ ପାଖରେ ହଳେ ଚପଲ ମଧ୍ୟ ଥୁଆ ହୋଇଛି। ତେଣୁ କେହି ଗାଡ଼ି ରଖିଦେଇ ରାତିରେ ନଦୀକୁ ଡ଼େଇଁ ଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି। ଅନ ଲାଇନ୍‌ ଟ୍ରେଡିଙ୍ଗରେ କ୍ଷତି ସହିବା ଯୋଗୁ କାଠଯୋଡି  ସେ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଅଗ୍ନିଶମ ବାହିନୀ ପହଞ୍ଚି  ତାଙ୍କୁ ଖୋଜାଖୋଜି ଜାରି ରଖିଛନ୍ତି। ସକାଳେ ତୁଷାରଙ୍କ କାର୍‌ ତ୍ରିଶୁଳିଆ ବ୍ରିଜ ଉପରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିବା ଦେଖି ପୁଲିସକୁ ସ୍ଥାନୀୟ ଲୋକେ ଖବର ଦେଇଥିଲେ । ବାରଙ୍ଗ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
ସୂଚନାଯୋଗ୍ୟ, ଗତ ବୁଧବାର କଟକ ଓ ବଜାର ଅଞ୍ଚଳର ମମତା ସାହୁ ନାମକ ଜଣେ ଯୁବତୀ କଟକ ନେତାଜୀ ସୁବାଷ ସେତୁ ଉପରେ ଏକ ନାଲି ରଙ୍ଗର ସ୍କୁଟି  ଥୋଇ କାଠଯୋଡି ନଦୀକୁ ଡେଇଁ ପଡ଼ିଥିଲେ।  ହେଲେ ଏପର୍ଯ୍ୟନ୍ତ ସମ୍ପୃକ୍ତ ଯୁବତୀଙ୍କର କୌଣସି ପତ୍ତା ମିଳିନାହିଁ। କାଠଯୋଡିକୁ ଡେଇଁଥିବା ସନ୍ଦେହ

Enter your email to get our daily news in your inbox.

All Right Reserved By Dharitri.Com

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri