ଅଙ୍ଗାରକାମ୍ଳ ଗ୍ୟାସ୍‌ ଲିକ୍‌: ଲୋକେ ଅଣନିଃଶ୍ୱାସୀ

ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ରାଜସୁନାଖଳା ନିକଟ ବିନୋଦପଡ଼ା ଛକରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଏକ ଅଙ୍ଗାରକାମ୍ଳ ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଟ୍ୟାଙ୍କରରୁ ବହୁ ପରିମାଣର ଅଙ୍ଗାରକାମ୍ଳ ଗ୍ୟାସ୍‌ ଲିକ୍‌ ହୋଇଥିଲା। ସେହି ଗ୍ୟାସ୍‌ ଯୋଗୁ ଜାତୀୟ ରାଜପଥରେ ଗାଡ଼ିମୋଟର ଯାତାୟାତରେ ବାଧା ସୃଷ୍ଟି ହୋଇଥିଲା। ଲୋକେ ଅଣନିଃଶ୍ୱାସୀ ହୋଇପଡିଥିଲେ। ଗ୍ୟାସ୍‌ ଲିକ୍‌ ଖବର ଜଣାପଡ଼ିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ବୌଦ୍ଧରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ହାଇୱାକୁ ପଛପଟୁ ଏହି ଗ୍ୟାସ୍‌ ଟ୍ୟାଙ୍କର ଧକ୍କା ଦେବାରୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରେ ପ୍ରାୟ ୧୩ ହଜାର ଲିଟର ଗ୍ୟାସ୍‌ ରହିଛି ବୋଲି ସୂଚନା ମିଳିଛି। ଯଦି ଗ୍ୟାସ୍‌ ଟାଙ୍କିଟି ଫାଟିଯିବ ପରିସ୍ଥିତି ଗୁରୁତର ହେବ ବୋଲି ପ୍ରଚାରିତ ହେବା ପରେ ଲୋକମାନେ ସେହି ସ୍ଥାନ ଛାଡ଼ି ପଳାଇଥିଲେ। ଦୁର୍ଘଟଣାର ପ୍ରାୟ ୧ ଘଣ୍ଟା ପରେ ରଣପୁର ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତି ପ୍ରତି ନଜର ରଖିଛି। ଏହି ଖବର ଲେଖାହେବା ପର୍ଯ୍ୟନ୍ତ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri