କାର୍ବନ ନିର୍ଗମନ ହ୍ରାସ ଲୋକ ଦେଖାଣିଆ ନ ହେଉ : ଜାତିସଂଘ ମହାସଚିବ…

ଜେନେଭା,୧୦।୧୧ : ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରସ ଜଳବାୟୁ ପରିବର୍ତ୍ତନକୁ ନେଇ ବିଶ୍ୱ ନେତାମାନଙ୍କୁ ପୁଣି ଥରେ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ କାର୍ବନ ନିର୍ଗମନକୁ ହ୍ରାସ କରିବା ପାଇଁ ଆମର ପ୍ରତିବଦ୍ଧତା କେବଳ ଲୋକ ଦେଖାଣିଆ ନ ହେଉ। ଯଦି ଆପଣ ଜଳବାୟୁ ପରିବର୍ତ୍ତନ ବିରୋଧରେ ଲଢ଼ିବାକୁ ଚାହୁଁଛନ୍ତି ତେବେ ଗ୍ରୀନ୍‌ ଓ୍ବାଶିଂ ପାଇଁ ଶୂନ୍ୟ ସହନଶୀଳତା ନୀତି ଆପଣେଇବା ଜରୁରୀ।

ଜାତିସଂଘର ମହାସଚିବ କୋପ୍‌-୨୭ ଜଳବାୟୁ ସମ୍ମିଳନୀରେ ନେଟ-ଜିରୋ ଏକ୍ସପର୍ଟ ଗ୍ରୁପ ଦ୍ୱାରା ପ୍ରସ୍ତୁତ ଏକ ରିପୋର୍ଟ ପ୍ରକାଶ ପାଇବା ପରେ ଏହି ମନ୍ତବ୍ୟ ଦେଇଛନ୍ତି। ଯେତେବେଳେ ଏକ କମ୍ପାନୀ ଜନସାଧାରଣଙ୍କୁ ବିଭ୍ରାନ୍ତ କରିବା ପାଇଁ ପରିବେଶ ସୁରକ୍ଷା ପାଇଁ ମହତ୍ୱପୂର୍ଣ୍ଣ କାର୍ଯ୍ୟ କରିଛି ବୋଲି ଦାବି କରିଥାଏ। ମାତ୍ର ବାସ୍ତବରେ ଏହା ଅଧିକ କିଛି ନକରି ପରିବେଶ ସୁରକ୍ଷା ବିଷୟରେ ଭିତ୍ତିହୀନ ଦାବି କରେ । ଏହାକୁ ଗ୍ରୀନ ୱାଶିଂ କୁହାଯାଏ।

ଜାତିସଂଘର ମହାସଚିବ କହିଛନ୍ତି ଯେ ଜଳବାୟୁ ସଙ୍କଟ ଦୂର କରିବା ପାଇଁ ଏକ ଦୃଢ଼ ରାଜନୈତିକ ନେତୃତ୍ୱ ଆବଶ୍ୟକ। ସବୁଜ ଶକ୍ତି ଆଡକୁ ବେସରକାରୀ କ୍ଷେତ୍ରକୁ ସମାନ ସୁଯୋଗ ପ୍ରଦାନ କରିବାକୁ ସେ ସମସ୍ତ ସଦସ୍ୟ ରାଷ୍ଟ୍ରମୁଖ୍ୟଙ୍କୁ ନିବେଦନ କରିଛନ୍ତି।

ନେଟ-ଶୂନ ପ୍ରତିଶ୍ରୁତି ନିଶ୍ଚିତ କରିବା ପାଇଁ ଗୁଟେରସ ରିପୋର୍ଟକୁ ଏକ ବିଶ୍ୱାସନୀୟ ଏବଂ ଉତ୍ତରଦାୟୀ ଗାଇଡ ବୋଲି କହିଛନ୍ତି। ସେ କହିଛନ୍ତି ଯେ ଏହା ଚାରୋଟି ପ୍ରମୁଖ କ୍ଷେତ୍ର ଯଥା, ପରିବେଶ ଅଖଣ୍ଡତା, ବିଶ୍ୱସନୀୟତା, ଉତ୍ତରଦାୟିତ୍ୱ ଏବଂ ସରକାରଙ୍କ ଭୂମିକା ଉପରେ ସ୍ପଷ୍ଟତା ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?