କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଗ୍ରାମବାସୀମାନେ ଜଙ୍ଗଲରେ ହାତୀ ଛୁଆଟି ପଡ଼ିଥିବା ଦେଖିବା ପରେ ତୁରନ୍ତ ବନ ବିଭାଗକୁ ଖବର ଦେଇଥିଲେ।

ଖବର ପାଇ ବନବିଭାଗର ଏକ ଟିମ୍ ଏବଂ ପ୍ରାଣୀ ଚିକିତ୍ସା ବିଶେଷଜ୍ଞ ଡାକ୍ତରୀ ଦଳ ଘଟଣାସ୍ଥଳରେ ପହଞ୍ଚି ହାତୀ ଛୁଆର ମୃତ୍ୟୁ ଉପରେ ତଦନ୍ତ ଆରମ୍ଭ କରିଛନ୍ତି। ତେବେ ହାତୀ ଛୁଆଟି କେମିତି ଏବଂ କାହିଁକି ମୃତ୍ୟୁବରଣ କଲା, ତାହାର ପ୍ରକୃତ କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଥିବାବେଳେ ବନ ବିଭାଗ ଅଧିକାରୀଙ୍କ ପକ୍ଷରୁ କୌଣସି ସ୍ପଷ୍ଟ ପ୍ରତିକ୍ରିୟା ମିଳିପାରି ନାହିଁ।

ପ୍ରକାଶଥାଉ କି, ଚଳିତ ବର୍ଷ ମେ’ ମାସ ୨୪ ତାରିଖରେ ଏହି ରେଞ୍ଜର କମର୍ଧା ବିଟ୍‌ରୁ ଏକ ବୟସ୍କ ଦନ୍ତା ହାତୀର ମୃତଦେହ ମଧ୍ୟ ଉଦ୍ଧାର ହୋଇଥିଲା। ଏହାପୂର୍ବରୁ ଜାମପଡ଼ା, ବାଗପୁର ଏବଂ ନର୍ଲା ନବୋଦୟ ବିଦ୍ୟାଳୟ ନିକଟବର୍ତ୍ତୀ ଜଙ୍ଗଲରୁ ମଧ୍ୟ ପୂର୍ବରୁ କିଛି ହାତୀଙ୍କ ଅକାଳ ମୃତ୍ୟୁ ହୋଇଥିବା ନଜିର ରହିଛି। ନର୍ଲା ରେଞ୍ଜରେ ପ୍ରତିବର୍ଷ ଏଭଳି ଭାବେ ହାତୀଙ୍କ ମୃତ୍ୟୁ ଘଟୁଥିଲେ ମଧ୍ୟ ବନ ବିଭାଗ ଏଥିପ୍ରତି ସଜାଗ ନହେବା ସାଧାରଣରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବିଶେଷକରି ନର୍ଲା ରେଞ୍ଜ ହୋଇଥିଲେ ମଧ୍ୟ ଏହାର କାର୍ଯ୍ୟାଳୟ ବର୍ତ୍ତମାନ ଏମ୍. ରାମପୁରରେ ଚାଲୁଥିବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍‌ଆଇଭି-ଏଡ୍‌ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍‌ଆଇଭି (HIV), ଏଡ୍‌ସ୍ ଏବଂ ଯକ୍ଷ୍ମା…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri