ବରଗଡ଼ରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଶୁଭାରମ୍ଭ: ୧୦ ଲକ୍ଷ ୩୧ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିବ…

ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ) – ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣର ଜିଲାସ୍ତରୀୟ କାର୍ଯ୍ୟକ୍ରମ ଶୁକ୍ରବାର ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ହେଇଯାଇଛି । କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶିନୀ କୁମାର ଷଡଙ୍ଗୀ ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଥିଲେ, ରାଜ୍ୟ ସରକାର ସଦାସର୍ବଦା ରାଜ୍ୟର ସାଧାରଣ ଲୋକଙ୍କ ସେବା ପାଇଁ ଚେଷ୍ଟିତ l ଏହି ପ୍ରରିପ୍ରେକ୍ଷୀରେ ଲୋକଙ୍କ ସରକାର ଏହି ଯୋଜନା ମାଧ୍ୟମରେ ସାସ୍ଥ୍ୟସେବାକୁ ଆଉ ପାଦେ ଆଗକୁ ନେଇ ଲୋକଙ୍କୁ ଉନ୍ନତ ମାନର ମାଗଣା ସୱାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି । ପରିବାରର ସମସ୍ତ ବ୍ୟକ୍ତିବିଶେଷଙ୍କୁ ମାଗଣାରେ ଇ-କେୱାଇସି କରିବାଠାରୁ ଆରମ୍ଭ କରି ଏହି ଏକକ କାର୍ଡ ସମସ୍ତଙ୍କ ଘରେ ନେଇ ଦିଆଯିବ l ତେଣୁ କେହି ବ୍ୟସ୍ତ ନ ହୋଇ ସରକାରଙ୍କ ଉପରେ ଭରସା ରଖିବାକୁ ସେ କହିଥିଲେ। ଜିଲାପାଳ ଆଦିତ୍ୟ ଗୋୟଲ ସାଗତ କରିବା ସହ ସୂଚାର ରୂପେ ସମସ୍ତଙ୍କ ଘରେ କାର୍ଡ ବଣ୍ଟନ କରିବା ପାଇଁ ଜିଲା ପ୍ରଶାସନ ତତ୍ପରତାର ସହିତ କାର୍ଯ୍ୟ କରିବ ବୋଲି କହିଥିଲେ l

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ଡା. ଜିତେନ୍ଦ୍ର ମୋହନ ବେବର୍ତ୍ତା, ଜିଲାପାଳ ଅଦିତ୍ୟ ଗୋୟଲ, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ପୌରାଧ୍ୟକ୍ଷା କଳ୍ପନା ମାଝି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା ଏବଂ ଜିଲା ମୁଖ୍ୟ ଚିକିତ୍ସା ତଥା ଜନସୱାସ୍ଥ୍ୟ ଅଧିକାରୀ ଡା.ପ୍ରଶାନ୍ତ କିଶୋର ଦାଶ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗ ଦେଇ କହିଥିଲେ, ଓଡ଼ିଶାର ଜନସାଧାରଣଙ୍କ ପାଇଁ ସମନ୍ବିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନା ସମଗ୍ର ଓଡିଶାରେ କାର୍ଯ୍ୟକାରୀ କରାଗଲା । ଏହି ସମନ୍ବିତ ଯୋଜନାରେ ରାଜ୍ୟର ୧.୦୩ କୋଟି ପରିବାରର ୩.୦୬ କୋଟି ହିତାଧିକାରୀ ଉପକୃତ ହେବେ । ସେମାନଙ୍କ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ପରିବାରର ମହିଳା ସଦସ୍ୟଙ୍କ ନିମନ୍ତେ ଅତିରିକ୍ତ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ମିଳିବ । ସମସ୍ତ ହିତାଧିକାରୀଙ୍କୁ ସେମାନଙ୍କର କାର୍ଡ ପର୍ଯ୍ୟାୟକ୍ରମେ ଯୋଗାଇ ଦିଆଯିବ ।

ନୂତନ ଏକକ କାର୍ଡ ପାଇବା ପର୍ଯ୍ୟନ୍ତ ସମସ୍ତ ଜି.ଯେ.ଏ.ୱାଇ ହିତାଧିକାରୀ ତାଲିକାଭୁକ୍ତ ହସ୍ପିଟାଲ ଗୁଡିକରେ ନିଜର ଆଧାର କାର୍ଡ ଏବଂ ବର୍ତ୍ତମାନ ପାଖରେ ଉପଲବ୍ଧ ଥିବା ପୁରୁଣା ସ୍ବାସ୍ଥ୍ୟ କାର୍ଡ ନମ୍ବର ଦେଇ ଚିକିତ୍ସା ପାଇପାରିବେ । ସମସ୍ତ ଯୋଗ୍ୟ ହିତାଧିକାରୀମାନେ ସମଗ୍ର ଦେଶରେ ୨୯୦୦୦ ହଜାର ତାଲିକାଭୁକ୍ତ ଘରୋଇ ଓ ସରକାରୀ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ପାଇପାରିବେ । ଯେକୋଣସି ପ୍ରଶ୍ନ ପାଇଁ, ହିତାଧିକାରୀମାନଙ୍କୁ ଟୋଲ ଫ୍ରି ନମ୍ବର ୧୦୪ ଏବଂ ୧୫୫୩୬୯ରେ ଯୋଗାଯୋଗ କରିବା ନିମନ୍ତେ ପରାମର୍ଶ ଦିଆଯାଉଛି।

ସୂଚନାଯୋଗ୍ୟ, ଶୁକ୍ରବାର ବରଗଡ଼ ଜିଲାର ମୋଟ ୪୮ ଗୋଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଆୟୋଜିତ କାର୍ଯ୍ୟକ୍ରମଗୁଡିକରେ ହଜାରରୁ ଅଧିକ ଲୋକ ଯୋଗଦେଇ ଆଭାସୀ ମଧ୍ୟମରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ପ୍ରତି ସଭାସ୍ଥଳରେ ୨୫ ଜଣ ଯୋଗ୍ୟ ହିତାଧିକାରୀଙ୍କୁ କମ୍ବୋକିଟ୍ସ ଓ କାର୍ଡ ବଣ୍ଟନ କରାଯାଇଥିଲା । ଏହି କ୍ରମରେ ବରଗଡ ଜିଲାରୁ ସର୍ବମୋଟ ୧୦ ଲକ୍ଷ ୩୧ ହଜାରରୁ ଊର୍ଦ୍ଧ୍ୱ ଯୋଗ୍ୟ ହିତାଧିକାରୀଙ୍କୁ ଏହି କାର୍ଡ ବଣ୍ଟନ କରାଯିବ ବୋଲି ସୂଚନା ଦିଆଯାଇଛି। ଉକ୍ତ କାର୍ଯ୍ୟକ୍ରମର ପରିସମାପ୍ତି ପରେ ମୁଖ୍ୟ ଅତିଥି ଏବଂ ସମସ୍ତ ସମ୍ମାନିତ ଅତିଥିବୃନ୍ଦ ଏକ ସ୍ବାସ୍ଥ୍ୟ ସଚେତନା ରଥର ଶୁଭାରମ୍ଭ କରାଥିଲେ । ଏହି ସଚେତନତା ରଥ ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ଜିଲାର ସମସ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଞ୍ଚଳ ପରିସରରେ କାର୍ଡ ସମ୍ବନ୍ଧୀୟ ସମସ୍ତ ତଥ୍ୟ ସମ୍ବଳିତ ଅଡିଓ ବାର୍ତ୍ତା ଏବଂ ପ୍ରଚାର ପତ୍ର ବଣ୍ଟନ କରିବା ସହ ଲୋକଙ୍କୁ ସଚେତନ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri