କେୟାର ହସ୍ପିଟାଲର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୨୪।୮ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଚନ୍ଦ୍ରଶେଖରପୁରସ୍ଥିତ କେୟାର ହସ୍ପିଟାଲ ପକ୍ଷରୁ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଏବଂ ରୋବୋଟିକ୍‌ ପଦ୍ଧତିରେ କିଭଳି ବିଭିନ୍ନ ପ୍ରକାର ଆଣ୍ଠୁ ଅପରେଶନ କରାଯାଇପାରୁଛି ସେ ସମ୍ପର୍କରେ ନେଇ ଏକ ସଚେତନତା ସୃଷ୍ଟି କରିବା ପାଇଁ ଏହି କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟର ଅନେକ ବୁଦ୍ଧିଜୀବୀ, ଡାକ୍ତର ଏବଂ ଆଣ୍ଠୁ ଅପରେଶନ ହୋଇଥିବା ରୋଗୀମାନେ ଯୋଗଦାନ କରିଥିଲେ।
ଏହି ଅବସରରେ ଲୋକ ସଭା ସଦସ୍ୟ ତଥା ଭାଜପାର ଜାତୀୟ ଉପାଧକ୍ଷ ବୈଜୟନ୍ତ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଭବିଷ୍ୟତରେ ଭାରତର ସ୍ବାସ୍ଥ୍ୟସେବା ଏଆଇ ଏବଂ ରୋବୋଟିକ୍‌ ପଦ୍ଧତି ଉପରେ ନିର୍ଭରକରିବ। ଫଳରେ ଅନେକ ଜଟିଳ ଅପରେଶନ କରାଯାଇପାରିବ। ସେହିଭଳି କେୟାର ହସ୍ପିଟାଲର ଏଚ୍‌ସିଓଓ କିସ୍‌ଲେ ଆନନ୍ଦ ଏହି ସଫଳତା ପାଇଁ ଡାକ୍ତର ସନ୍ଦୀପ ସିଂହ ଓ ତାଙ୍କ ପୂରା ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହ ଏଆଇ ଏବଂ ରୋବୋଟିକ୍‌ ପଦ୍ଧତି ସାହାଯ୍ୟରେ ସଫଳତାର ସହିତ ଆଣ୍ଠୁ ଅପରେଶନ କରିବା କେବଳ ଓଡ଼ିଶାରେ ନୁହେଁ ସମଗ୍ର ଭାରତ ପାଇଁ ଏକ ଗୌରବର କଥା। ତା’ସହ କେୟାର ହସ୍ପିଟାଲରେ ଥିବା ଅତ୍ୟାଧୁନିକ ଅପରେଶନ ଥିଏଟର ଏବଂ ଅଭିଜ୍ଞ ଡାକ୍ତର ଓ ନର୍ସି ଟିମ୍‌ ଦ୍ୱାରା ଏହି ସଫଳତା ସମ୍ଭବ ହୋଇଛି। ସେହିପରି କେୟାର ହସ୍ପିଟାଲର ବରିଷ୍ଠ ଅସ୍ଥିଶଲ୍ୟ ବିଶେଷଜ୍ଞ ତଥା ବିଭାଗୀୟ ମୁଖ୍ୟ ଡା. ସନ୍ଦୀପ ସିଂହଙ୍କ ମତରେ ପାରମ୍ପରିକ ସର୍ଜରି ତୁଳନାରେ ଏଆଇ ଏବଂ ରୋବୋଟିକ୍‌ ପଦ୍ଧତିରେ ଅପରେଶନ କଲେ ଏହାର ସଫଳତା ହାର ବେଶ୍‌ ଅଧିକ। ଏଥିରେ ରୋଗୀଙ୍କୁ ଅଧିକ ଦିନ ହସ୍ପିଟାଲରେ ରହିବାକୁ ପଡ଼ି ନ ଥାଏ ଏବଂ ଶୀଘ୍ର ପୂର୍ବ ଭଳି ନିଜର ସମସ୍ତ କାମ ନିଜେ କରି ପାରିବେ। ଆଣ୍ଠୁ ପ୍ରତିରୋପଣଠାରୁ ଆରମ୍ଭକରି କ୍ରୀଡ଼ାଜନିତ ଆଘାତର ସଫଳ ଚିକିତ୍ସା ଏଆଇ ଏବଂ ରୋବୋଟିକ୍‌ ପଦ୍ଧତିରେ କରାଯାଇପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri