Posted inଖେଳ

କାର୍ଲୋସ୍‌ଙ୍କ ଚୁକ୍ତି ମିଆଦ ବୃଦ୍ଧି

ଭୁବନେଶ୍ୱର, ୨୧ା୨ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ଏଫ୍‌ସି(ଓଏଫ୍‌ସି) ଅଧିନାୟକ କାର୍ଲୋସ୍‌ ଡେଲଗାଡୋଙ୍କ ସହିତ ଚୁକ୍ତି ମିଆଦ ବୃଦ୍ଧି କରିଛି। ସେଣ୍ଟର ବ୍ୟାକ ଭାବରେ ଖେଳୁଥିବା କାର୍ଲୋସ୍‌ ଡେଲଗାଡୋ ଓଏଫ୍‌ସି ରକ୍ଷଣଭାଗର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ୨୦୧୯-୨୦ ସିଜନରେ ସେ ଓଏଫ୍‌ସିରେ ଯୋଗ ଦେଇଥିଲେ। ପଡିଆ ବାହାରେ ଏବଂ ଭିତରେ ନିଜ ବଳିଷ୍ଠ ନେତୃତ୍ୱ ବଳରେ ଉଦାହରଣ ସୃଷ୍ଟି କରିବାରେ ସେ ସମର୍ଥ ହୋଇଛନ୍ତି। ଟ୍ୟାକେଲ ଏବଂ ହେଡର ଜରିଆରେ ସେ ସାଥୀ ଖେଳାଳିଙ୍କ ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିଥାନ୍ତି। ଏହି କାରଣରୁ କାର୍ଲୋସଙ୍କ ସହିତ ଚୁକ୍ତିନାମା ଆଉ ଏକ ବର୍ଷ ବୃଦ୍ଧି ପାଇଛି। ଶକ୍ତିଶାଳୀ ଦଳ ଗଠନ କରିବାକୁ ହେଲେ ଏକ କୋର୍‌ ଟିମ୍‌ ଗଠନ କରିବାକୁ ହେବ। ୩୪ ବର୍ଷୀୟ କାର୍ଲୋସ୍‌ ଭାରତୀୟ ଫୁଟବଲ୍‌ ସର୍କିଟରେ ଏକ ପରିଚିତ ଚେହେରା। ତାଙ୍କ ଉପସ୍ଥିତି କେବଳ ଓଏଫ୍‌ସି ନୁହେଁ ଫୁଟବଲ ପାଇଁ ମଧ୍ୟ ଫାଇଦା ଆଣିବ ବୋଲି କୁହାଯାଇଛି। ଭବିଷ୍ୟତକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିବା ଓଏଫ୍‌ସି ପକ୍ଷରୁ ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri