ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ମିଳିବ କରୋନା ଟିକା: ଜାଣନ୍ତୁ ପାଇବେ କେଉଁଠି

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ମାର୍ଚ୍ଚ ୧ରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ କରୋନା ଟିକାକରଣ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ୬୦ ବର୍ଷ ବୟସ୍କରୁ ଅଧିକ ଓ ବହୁବିଦ୍ଧ ରୋଗାକ୍ରାନ୍ତ ଥିବା ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା ଦିଆଯିବ। ଏଥିପାଇଁ ଭୁବନେଶ୍ୱରରେ ମୋଟ ୨୨ଟି ହସ୍ପିଟାଲକୁ ଚୟନ କରାଯାଇଛି। ଏ ନେଇ ଶନିବାର ବିଏମ୍‌ସି କମିଶନର ଏକ ଖବରଦାରା ସମ୍ମଳନୀରେ ସୂଚନା ଦେଇଛନ୍ତି। ୧୨ଟି ସରକାରୀ ଏବଂ ୧୦ଟି ଘରୋଇ ହସ୍ପିଟାଲରେ ଦିଆଯିବ ଟିକା। ସେଥିରୁ ଘରୋଇ ହସ୍ପିଟାଲ ଗୁଡିକ ହେଲା ସମ୍‌, କିମ୍ସ, କଳିଙ୍ଗ, ବ୍ଲୁ ହ୍ବିଲ, ଆଦିତ୍ୟ, ଅଶ୍ୱିନୀ, ଆମ୍ରି, ଉତ୍କଳ, ନୀଳାଚଳ, କେୟାର ଓ ହାଇଟେକ୍‌ ହସ୍ପିିଟାଲ।
ସରକାରୀ ହସ୍ପିଟାଲରେ ଟିକା ସଂପୂର୍ଣ୍ଣ ମାଗଣାରେ ମିଳିବ। ସୋମବାର ଠାରୁ ଘରୋଇ ହସ୍ପିଟାଲ ପାଇଁ ନାମ ପଞ୍ଜୀକରଣ କରିହେବ। ଘରୋଇ ହସ୍ପିଟାଲରେ ଟିକା ନେବାକୁ କୋୱିନ ୨.୦ରେ ପଞ୍ଜୀକରଣ କରାଯାଇପାରିବ ବୋଲି ବିଏମ୍‌ସି କମିଶନର ସୂଚନା ଦେଇଛନ୍ତି। ଘରୋଇ ହସ୍ପିଟାଲରେ ଟିକା ପାଇଁ ସର୍ଭିସ ଚାର୍ଜ ୧୦୦ ଟଙ୍କା ପଡ଼ିବ। ଟିକା ମୂଲ୍ୟ କେତେ ପଡ଼ିବ, କେନ୍ଦ୍ର ସରକାର ଖୁବ ଶୀଘ୍ର ଜଣାଇବେ। ରବିବାର ସୁଦ୍ଧା ଟିକା ମୂଲ୍ୟ ନେଇ ସୂଚନା ମିଳିବ ବୋଲି କମିଶନର କହିଛନ୍ତି । ସେପଟେ କରୋନା ମହାମାରୀ ପୁଣି ଥରେ କାୟା ବିସ୍ତାର କରୁଥିବାରୁ ପଡୋଶୀ ୫ ରାଜ୍ୟ ଉପରେ ରଖିବାକୁ କୁହାଯାଇଛି। ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ ଓ ଛତିଶଗଡରୁ ଆସୁଥିବା ଯାତ୍ରୀମାନଙ୍କ ଉପରେ ବିଶେଷ ନଜର ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri