କରୋନା ଭୟ, ମିଳିଲାନି କାନ୍ଧ

କବିସୂର୍ଯ୍ୟନଗର,୧ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢୁଥିବାବେଳେ ଲୋକେ ମଧ୍ୟ ଭୟଭୀତ ହୋଇଗଲେଣି। କରୋନା ଭୟରେ ମୃତଦେହକୁ କାନ୍ଧ ଦେବାକୁ ଆସିଲେନି ଆତ୍ମୀୟସ୍ବଜନ। ଶେଷରେ ପ୍ରଶାସନର ହସ୍ତକ୍ଷେପ ପରେ ପରିବାର ଲୋକେ ଜେସିବିରେ ଗାତଖୋଳି ମୃତଦେହ ପୋତି ଦେଇଛନ୍ତି। ଏପରି ଘଟଣା ସୋମବାର ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗରରେ।
କବିସୂର୍ଯ୍ୟନଗର ଗୋପିନାଥପାଟଣା ସାହିର ଗୋଟିଏ ପରିବାରର ୨ ଭାଇ ଓ ଜଣେ ଭଉଣୀ। ବଡ଼ ଭଉଣୀ ଓ ଭାଇ ଅତ୍ୟନ୍ତ ଗରିବ ଯୋଗୁ ବାହା ହୋଇ ପାରି ନ ଥିଲେ। ମାତ୍ର ସାନଭାଇକୁ ବାହା କରାଇଥିଲେ। ତାଙ୍କର ଗୋଟିଏ ପୁଅ ଓ ସେ ମଧ୍ୟ କିଡ୍‌ନୀ ରୋଗରେ ଆକ୍ରାନ୍ତ। ବିଭିନ୍ନ ସ୍ଥାନରେ ବୁଲି ଦାନ୍ତକାଠି ଓ ପାମ୍ପଡ ବିକି ଏମାନେ ପରିବାର ପ୍ରତିପୋଷଣ କରନ୍ତି। ତେବେ କରୋନା କଟକଣା ଯୋଗୁ ତାହା ମଧ୍ୟ ବନ୍ଦ ହୋଇଯାଇଛି। ୪ଦିନ ତଳେ ବଡ ଭାଇଙ୍କୁ ଜ୍ୱର ହେବାରୁ କବିସୂର୍ଯ୍ୟନଗରରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଭଲ ନ ହେବାରୁ ସୋମବାର କୋଭିଡ୍‌ ହସ୍‌ପିଟାଲ ନେବାକୁ ପ୍ରସ୍ତୁତି ଚାଲିଥିବାବେଳେ ମୃତ୍ୟୁ ହୋଇଯାଇଥିଲା। ଅପରାହ୍ନରେ ମୃତଦେହ ଗଁାକୁ ଆସିଥିଲେ ମଧ୍ୟ କେହି ଛୁଇଁ ନ ଥିଲେ। ଭାଇ ଭଉଣୀ ମୃତଦେହକୁ ଆମ୍ବୁଲାନ୍ସରୁ ଓହ୍ଲାଇଥିଲେ। ପ୍ରଶାସନ ପାଖରେ ଖବର ପହଞ୍ଚତ୍ବାରୁ ଜେସିବି ଦ୍ୱାରା ମୁଖ୍ୟରାସ୍ତା କଡରେ ଗାତଖୋଳି ମୃତଦେହ ପୋତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା…

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri