କରୋନା ଭୟ, ମିଳିଲାନି କାନ୍ଧ

କବିସୂର୍ଯ୍ୟନଗର,୧ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢୁଥିବାବେଳେ ଲୋକେ ମଧ୍ୟ ଭୟଭୀତ ହୋଇଗଲେଣି। କରୋନା ଭୟରେ ମୃତଦେହକୁ କାନ୍ଧ ଦେବାକୁ ଆସିଲେନି ଆତ୍ମୀୟସ୍ବଜନ। ଶେଷରେ ପ୍ରଶାସନର ହସ୍ତକ୍ଷେପ ପରେ ପରିବାର ଲୋକେ ଜେସିବିରେ ଗାତଖୋଳି ମୃତଦେହ ପୋତି ଦେଇଛନ୍ତି। ଏପରି ଘଟଣା ସୋମବାର ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗରରେ।
କବିସୂର୍ଯ୍ୟନଗର ଗୋପିନାଥପାଟଣା ସାହିର ଗୋଟିଏ ପରିବାରର ୨ ଭାଇ ଓ ଜଣେ ଭଉଣୀ। ବଡ଼ ଭଉଣୀ ଓ ଭାଇ ଅତ୍ୟନ୍ତ ଗରିବ ଯୋଗୁ ବାହା ହୋଇ ପାରି ନ ଥିଲେ। ମାତ୍ର ସାନଭାଇକୁ ବାହା କରାଇଥିଲେ। ତାଙ୍କର ଗୋଟିଏ ପୁଅ ଓ ସେ ମଧ୍ୟ କିଡ୍‌ନୀ ରୋଗରେ ଆକ୍ରାନ୍ତ। ବିଭିନ୍ନ ସ୍ଥାନରେ ବୁଲି ଦାନ୍ତକାଠି ଓ ପାମ୍ପଡ ବିକି ଏମାନେ ପରିବାର ପ୍ରତିପୋଷଣ କରନ୍ତି। ତେବେ କରୋନା କଟକଣା ଯୋଗୁ ତାହା ମଧ୍ୟ ବନ୍ଦ ହୋଇଯାଇଛି। ୪ଦିନ ତଳେ ବଡ ଭାଇଙ୍କୁ ଜ୍ୱର ହେବାରୁ କବିସୂର୍ଯ୍ୟନଗରରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଭଲ ନ ହେବାରୁ ସୋମବାର କୋଭିଡ୍‌ ହସ୍‌ପିଟାଲ ନେବାକୁ ପ୍ରସ୍ତୁତି ଚାଲିଥିବାବେଳେ ମୃତ୍ୟୁ ହୋଇଯାଇଥିଲା। ଅପରାହ୍ନରେ ମୃତଦେହ ଗଁାକୁ ଆସିଥିଲେ ମଧ୍ୟ କେହି ଛୁଇଁ ନ ଥିଲେ। ଭାଇ ଭଉଣୀ ମୃତଦେହକୁ ଆମ୍ବୁଲାନ୍ସରୁ ଓହ୍ଲାଇଥିଲେ। ପ୍ରଶାସନ ପାଖରେ ଖବର ପହଞ୍ଚତ୍ବାରୁ ଜେସିବି ଦ୍ୱାରା ମୁଖ୍ୟରାସ୍ତା କଡରେ ଗାତଖୋଳି ମୃତଦେହ ପୋତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri