ଫାଣ୍ଡି ସମ୍ମୁଖରେ ରାଜମିସ୍ତ୍ରୀଙ୍କୁ ଛୁରାମାଡ଼: ପୋଲିସର ଅପାରଗତାକୁ ଦାୟୀ କରି ରାସ୍ତାରୋକୋ

ଝାରସୁଗୁଡ଼ା ଅଫିସ୍‌,୩।୭: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବନ୍ଧବାହାଲ ଶିଲ୍ପାଞ୍ଚଳ ହୋଇଥିବା ବେଳେ ଏଠାରେ ବିଭିନ୍ନ ଅଞ୍ଚଳରୁ ଲୋକେ ଆସି ବସବାସ କରୁଛନ୍ତି। ଏଠାରେ ଅନେକ ସମୟରେ ସାମାନ୍ୟ କଥାକୁ କେନ୍ଦ୍ର କରି ବଚସା, ମାରପିଟ୍‌, ହତ୍ୟାକାଣ୍ଡ, ଲୁଟ୍‌, ଚୋରି, ନକଲି ମଦ ବ୍ୟବସାୟ ଆଦି ଅସାମାଜିକ କାର୍ଯ୍ୟକଳାପ ଦିନକୁ ଦିନ ବୃଦ୍ଧି ପାଉଛି। ହେଲେ ପୋଲିସ ଏହାକୁ ରୋକିବାରେ ବିଫଳ ହେଉଛି। ଫଳରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ଏଭଳି ସ୍ଥିତିରେ ରବିବାର ପୂର୍ବାହ୍ନରେ ବନ୍ଧବାହାଲ ଫାଣ୍ଡି ସମ୍ମୁଖରେ ଜଣେ ଯୁବକ ଜଣେ ରାଜମିସ୍ତ୍ରୀଙ୍କ ପେଟକୁ ଛୁରାମାଡ଼ କରି ଫେରାର୍‌ ହୋଇଯାଇଥିଲେ।

ସ୍ଥାନୀୟ ଲୋକେ ପୋଲିସର ଅପାରଗତାକୁ ଦାୟୀ କରି ଫାଣ୍ଡି ସମ୍ମୁଖ ରାସ୍ତାରେ ଧାରଣାରେ ବସି ରାସ୍ତା ଅବରୋଧ କରିଥିଲେ। ଖବରପାଇ ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇ, ଫାଣ୍ଡି ଅଧିକାରୀ ରବି ଶଙ୍କର ଭଇଁସାଲଙ୍କ ସହ ପୋଲିସ କର୍ମଚାରୀ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ଆନ୍ଦୋଳନକାରୀଙ୍କ ଦାବି ମୁତାବକ, କତେକ ଲୋକେ ସରକାରୀ ଜମି ଜବରଦଖଲ କରି ସ୍ଥାନୀୟ ଅଞ୍ଚଳରେ ଅସାମାଜିକ କାର୍ଯ୍ୟ ଚଳାଇଛନ୍ତି। ତୁରନ୍ତ ଜିଲା ପ୍ରଶାସନ ଏହାକୁ ଉଚ୍ଛେଦ କରି ପୋଲିସ୍‌ ପାଟ୍ରୋଲିଂକୁ କଡାକଡି କରିବା ସହ ବେଆଇନ ମଦ କାରବାରକୁ ବନ୍ଦ ଦାବି କରିଥିଲେ। ଏସବୁ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଏସ୍‌ଡିପିଓ ଭୋଇ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା ା

ପିପିଲିକାନୀ ଗ୍ରାମର ରାଜମିସ୍ତ୍ରୀ ବେଣୁଧର ରୋହିଦାସ(୪୨)ଙ୍କ ପେଟରେ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କୁ ପ୍ରଥମେ ସ୍ଥାନୀୟ ଏମ୍‌ସିଏଲ୍‌ ହସ୍ପିଟାଲ୍‌ ପରେ ବୁର୍ଲାମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ଫେରାର୍‌ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ କାବୁକରି ପୋଲିସ୍‌ ଜିମା ଦେଇଥିଲେ। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲଣ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ବନ୍ଧବାହାଲ ପଞ୍ଚାୟତପଡାର ଗୁଡୁ ସା(୨୧)। ପୋଲିସ ତାଙ୍କ ନିକଟରୁ ଛୁରି ଜବତ କରିଛି। ଏନେଇ ବନହରପାଲି ଥାନାରେ ଏକ ମାମଲା(ନଂ.୧୪୩/୨୨) ରୁଜୁକରି ତଦନ୍ତ ଚଳାଇଛି।

ସୂଚନା ଯୋଗ୍ୟ ଫାଣ୍ଡି ସମ୍ମୁଖ ରାସ୍ତାପାର୍ଶ୍ୱରେ ମନୋଜ ପ୍ରସାଦ ନାମକ ବ୍ୟକ୍ତି ଏକ ଘର ନିର୍ମାଣ କରୁଛନ୍ତି। ଏହି ଜମିକୁନେଇ ଗୁଡୁ ସାଙ୍କ ପରିବାର ଓ ମନୋଜଙ୍କ ମଧ୍ୟରେ ଦୀର୍ଘଦିନ ହେଲା ବିବାଦ ଲାଗି ରହିଛି ା ଏନେଇ ଏହି ଜମିରେ ୧୪୪ ଧାରା ଲାଗୁ ହୋଇଥିଲା। ଏଭଳି ସ୍ଥିତିରେ ମନୋଜ ଘର ନିର୍ମାଣ କରୁଥିବା ବେଳେ ରବିବାର ରାଜମିସ୍ତ୍ରୀ ବେଣୁଧରଙ୍କୁ ଗୁଡୁ ଏକ ଛୁରିରେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri