Posted inଖେଳ

ୟୁଏସ୍‌ ଓପନ୍‌: ବୁଷ୍ଟାଙ୍କୁ ସେମିରେ ଭେଟିବେ ଜେଭେରେଭ

ନ୍ୟୁୟର୍କ,୧୦।୯(ଏପି): ୟୁଏସ୍‌ ଓପନ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟର ପ୍ରଥମ ସେମିଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ୫ମ ସିଡ୍‌ ମାନ୍ୟତା ପାଇଥିବା ଜର୍ମାନୀର ଆଲେକଜାଣ୍ଡାର ଜେଭେରେଭ ଓ ୨୦ତମ ସିଡ୍‌ ଖେଳାଳି ସ୍ପେନ୍‌ର ପାବ୍ଲୋ କାରେନୋ ବୁଷ୍ଟାର ପରସ୍ପରକୁ ସେମିରେ ଭେଟିବେ।
ଜେଭେରେଭ ମଙ୍ଗଳବାର କ୍ୱାର୍ଟର ଫାଇନାଲ ମୁକାବିଲାରେ ୨୭ତମ କ୍ରୋଏସିଆର ବୋର୍ନା କୋରିକଙ୍କୁ ୧-୬, ୭-୬, ୭-୬, ୬-୩ ମାରାଥନ୍‌ ସେଟ୍‌ରେ ପରାସ୍ତ କରି ସେମିରେ ପ୍ରବେଶ କରିଚନ୍ତି। ବିଜୟୀ ହେବାକୁ ଜେଭେରେଭଙ୍କୁ ୩ ଘଣ୍ଟା ୨୫ ମିନିଟ୍‌ ସମୟ ଆବଶ୍ୟକ ହୋଇଥିଲା। ସଫଳ ହେଲେ ଜେଭେରେଭ ପ୍ରଥମଥର ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିବାର ଗୌରବ ଅର୍ଜନ କରିବେ। କ୍ୱାର୍ଟର ଫାଇନାଲରେ ନିଜର ପ୍ରଦର୍ଶନ ନେଇ ଜେଭେରେଭ ଖୁସି ଜାହିର କରିଛନ୍ତି।
ସେହିପରି ଅନ୍ୟଏକ କ୍ୱାର୍ଟର ଫାଇନାଲରେ ବୁଷ୍ଟା ମାରାଥନ ୩-୬, ୭-୬, ୭-୬, ୦-୬,-୩ ସେଟ୍‌ରେ ଦ୍ୱାଦଶ ସିଡ୍‌ କାନାଡ଼ାର ଡେନିସ ଶାପୋଭାଲୋଭଙ୍କୁ ହରାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ବିଜୟୀ ହେବା ପାଇଁ ବୁଷ୍ଟାଙ୍କୁ ୪ ଘଣ୍ଟା ୮ ମିନିଟ ସମୟ ଆବଶ୍ୟକ ହୋଇଥିଲା। ନିଜ ପ୍ରଦର୍ଶନରେ ବୁଷ୍ଟା ବେଶ୍‌ ଖୁସି ଜାହିର କରିଛନ୍ତି। ବୁଧବାର ଖେଳାଯିବାକୁ ଥିବା ଅନ୍ୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଦ୍ୱିତୀୟ ସିଡ୍‌ ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ଓ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉର ମୁହଁାମୁହିଁ ହେବେ। ସେହିପରି ଅନ୍ତିମ କ୍ୱାର୍ଟର ଫାଇନାଲରେ ତୃତୀୟ ସିଡ୍‌ ରୁଷିଆର ଡାନିଲି ମେଡଭେଡେଭ୍‌ ନିଜ ଦେଶର ୧୦ମ ସିଡ୍‌ ଆନ୍ଦ୍ରେ ରୁବେଲେଭଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri