Posted inଖେଳ

ୟୁଏସ୍‌ ଓପନ୍‌: ବୁଷ୍ଟାଙ୍କୁ ସେମିରେ ଭେଟିବେ ଜେଭେରେଭ

ନ୍ୟୁୟର୍କ,୧୦।୯(ଏପି): ୟୁଏସ୍‌ ଓପନ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟର ପ୍ରଥମ ସେମିଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ୫ମ ସିଡ୍‌ ମାନ୍ୟତା ପାଇଥିବା ଜର୍ମାନୀର ଆଲେକଜାଣ୍ଡାର ଜେଭେରେଭ ଓ ୨୦ତମ ସିଡ୍‌ ଖେଳାଳି ସ୍ପେନ୍‌ର ପାବ୍ଲୋ କାରେନୋ ବୁଷ୍ଟାର ପରସ୍ପରକୁ ସେମିରେ ଭେଟିବେ।
ଜେଭେରେଭ ମଙ୍ଗଳବାର କ୍ୱାର୍ଟର ଫାଇନାଲ ମୁକାବିଲାରେ ୨୭ତମ କ୍ରୋଏସିଆର ବୋର୍ନା କୋରିକଙ୍କୁ ୧-୬, ୭-୬, ୭-୬, ୬-୩ ମାରାଥନ୍‌ ସେଟ୍‌ରେ ପରାସ୍ତ କରି ସେମିରେ ପ୍ରବେଶ କରିଚନ୍ତି। ବିଜୟୀ ହେବାକୁ ଜେଭେରେଭଙ୍କୁ ୩ ଘଣ୍ଟା ୨୫ ମିନିଟ୍‌ ସମୟ ଆବଶ୍ୟକ ହୋଇଥିଲା। ସଫଳ ହେଲେ ଜେଭେରେଭ ପ୍ରଥମଥର ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିବାର ଗୌରବ ଅର୍ଜନ କରିବେ। କ୍ୱାର୍ଟର ଫାଇନାଲରେ ନିଜର ପ୍ରଦର୍ଶନ ନେଇ ଜେଭେରେଭ ଖୁସି ଜାହିର କରିଛନ୍ତି।
ସେହିପରି ଅନ୍ୟଏକ କ୍ୱାର୍ଟର ଫାଇନାଲରେ ବୁଷ୍ଟା ମାରାଥନ ୩-୬, ୭-୬, ୭-୬, ୦-୬,-୩ ସେଟ୍‌ରେ ଦ୍ୱାଦଶ ସିଡ୍‌ କାନାଡ଼ାର ଡେନିସ ଶାପୋଭାଲୋଭଙ୍କୁ ହରାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ବିଜୟୀ ହେବା ପାଇଁ ବୁଷ୍ଟାଙ୍କୁ ୪ ଘଣ୍ଟା ୮ ମିନିଟ ସମୟ ଆବଶ୍ୟକ ହୋଇଥିଲା। ନିଜ ପ୍ରଦର୍ଶନରେ ବୁଷ୍ଟା ବେଶ୍‌ ଖୁସି ଜାହିର କରିଛନ୍ତି। ବୁଧବାର ଖେଳାଯିବାକୁ ଥିବା ଅନ୍ୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଦ୍ୱିତୀୟ ସିଡ୍‌ ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ଓ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉର ମୁହଁାମୁହିଁ ହେବେ। ସେହିପରି ଅନ୍ତିମ କ୍ୱାର୍ଟର ଫାଇନାଲରେ ତୃତୀୟ ସିଡ୍‌ ରୁଷିଆର ଡାନିଲି ମେଡଭେଡେଭ୍‌ ନିଜ ଦେଶର ୧୦ମ ସିଡ୍‌ ଆନ୍ଦ୍ରେ ରୁବେଲେଭଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର, କୋଚ୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୦।୪: କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ଲାଗି ଖରାପ ଖବର। ଗୋଟିଏ ପଟେ ଥାଲାଙ୍କ ବ୍ୟାଟିଂ ଦେଖି ପ୍ରଶଂସକ ତାଙ୍କୁ ବିଶ୍ୱକପ୍‌ ଟିମ୍‌ରେ ଦେଖିବାକୁ...

ପୁଣି ପଡ଼ିଆରେ ମୁହାଁମୁହିଁ ହେଲେ ବିରାଟ-ଗମ୍ଭୀର, କିନ୍ତୁ ଅନ୍ଦାଜ ଥିଲା ଅଲଗା

କୋଲକାତା,୨୦।୪: ଆଇପିଏଲ୍ ୨୦୨୩ ରେ କଥା ଭାରତର ଦୁଇ ଷ୍ଟାର ବ୍ୟାଟର ଗୌତମ ଗମ୍ଭୀର ଏବଂ ବିରାଟ କୋହଲି ସାମାନ୍ୟ କିଛି କଥାକୁ ନେଇ ମୁହାଁମୁହିଁ...

Video: କେବଳ ଗୋଟିଏ ବଲ୍‌ରେ ବଡ଼ କାମ କରିଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ...

ଲାଇଭ୍‌ ମ୍ୟାଚ୍‌ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍‌ର କୋଚ୍‌-ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୦।୪: ଆଇପିଏଲ୍‌ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍‌ କିରନ୍‌ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍‌ ଟିମ୍‌ ଡେଭିଡ୍‌ଙ୍କୁ ଲାଇଭ୍‌ ମ୍ୟାଚ୍‌ରେ...

ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍‌ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…

ଭୁବନେଶ୍ୱର,୨୦।୪: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ...

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri