ବୋହିନେଲେ ପେଟି ପେଟି ବିୟର

ସାତମାଇଲ, ୧୪।୪(ଡି.ଏନ୍‌.ଏ.): ଦୁର୍ଘଟଣା ପରେ ଟ୍ରକ୍‌ ଭିତରେ ଫସି ରହିଥିଲେ ହେଲ୍‌ପର ଏବଂ ଡ୍ରାଇଭର। ହେଲେ ସେମାନଙ୍କୁ ଉଦ୍ଧାର କରିବା ପରିବର୍ତ୍ତେ ଲୋକମାନେ ବୋହିଚାଲିଲେ ପେଟି ପେଟି ବିୟର। ବିପଦ ବେଳେ ସହାୟତାର ହାତ ବଢ଼ାଇବା ବଦଳରେ ବ୍ୟକ୍ତିଗତ ଲାଭ ପାଇଁ ମାନବିକତା ଭୁଲିଯିବାର ସମ୍ବେଦନଶୀଳ ଚିତ୍ର ଆସିଛି ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା ଅଞ୍ଚଳରୁ।
ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୪ଟା ବେଳେ ଏକ ବିୟର ବୋଝେଇ ଟ୍ରକ୍‌ (ନଂ. ଓଆର୍‌ ୦୫ୟୁ ୦୧୯୫) କଟକ ଚୌଦ୍ୱାରରୁ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦେଇ ଅନୁଗୋଳ ଅଭିମୁଖେ ଯାଉଥିଲା। ବାଲିମୀ ଥାନା ଗୁଳେହି ବ୍ରିଜ୍‌ ନିକଟରେ ସମ୍ମୁଖରୁ ଆସୁଥିବା ଏକ ବାଇକ୍‌ ଆରୋହୀଙ୍କୁ ରକ୍ଷା କରିବାକୁ ଯାଇ ଡ୍ରାଇଭର ଚନ୍ଦନ ସାହୁ ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇଥିଲେ। ଫଳରେ ଟ୍ରକ୍‌ଟି ସୁରକ୍ଷା ବାଡ଼ ଭାଙ୍ଗି ବ୍ରିଜ୍‌ ତଳକୁ ଖସିପଡ଼ିଥିଲା। ଦୁର୍ଘଟଣା ପରେ ଉକ୍ତ ଗାଡ଼ିରେ ବିୟର ଥିବା ସ୍ଥାନୀୟ ଲୋକେ ଜାଣି ପାରିଥିଲେ। ଏହି ଖବର ପ୍ରଚାର ହେବା ପରେ ସ୍ବଳ୍ପ ସମୟ ମଧ୍ୟରେ ବହୁ ସଂଖ୍ୟାରେ ପୁରୁଷମହିଳା, ଛୋଟପିଲା ରୁଣ୍ଡ ହୋଇଯାଇଥିଲେ। ଗାଡ଼ିରେ ଫସି ରହିଥିବା ଡ୍ରାଇଭର, ହେଲ୍‌ପରଙ୍କୁ ଉଦ୍ଧାର କରିବା ବଦଳରେ ସମସ୍ତେ ପେଟି ପେଟି ବିୟର ବୋହି ନେଇଥିଲେ। ଫଳରେ ଖୁବ୍‌ କମ୍‌ ସମୟ ମଧ୍ୟରେ ଗାଡ଼ି ସମ୍ପୂର୍ଣ୍ଣ ଖାଲି ହୋଇଯାଇଥିଲା। ଦୁର୍ଘଟଣା ପରେ ବହୁ ବିୟର ବୋତଲ ଭାଙ୍ଗି ଏଣେତେଣେ ପଡ଼ିଥିବା ଦେଖିବାକୁ ମିଳିଛି। ସୂଚନା ପାଇ ହିନ୍ଦୋଳ ପୋଲିସ ପହଞ୍ଚତ୍ ଗାଡ଼ିଚାଳକ ଏବଂ ହେଲ୍‌ପରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ପ୍ରାଥମିକ ଚିକିତ୍ସା ପରେ ଉଭୟେ ସୁସ୍ଥ ଥିବା ଜଣାପଡ଼ିଛି। ଏ ନେଇ ଥାନାଧିକାରୀ ବ୍ରହ୍ମାନନ୍ଦ ପାତ୍ର କୁହନ୍ତି, ଅଦ୍ୟାବଧି ଥାନାରେ ଲିଖିତ ଅଭିଯୋଗ ହୋଇନାହିଁ। ପୋଲିସ ନିଜ ଆଡୁ ତଦନ୍ତ ଆରମ୍ଭ କରିଛି। ବିଧିବଦ୍ଧ ଭାବେ ଏତଲା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ।
ସୂଚନାଯୋଗ୍ୟ, ୫୫ନଂ. ଜାତୀୟ ରାଜପଥ କାମ ଚାଲିଥିବାବେଳେ ଉକ୍ତ ଅଣଓସାରିଆ ପୋଲ ଦେଇ ଦୈନିକ ଶତାଧିକ ଭାରିଯାନ ଚଳପ୍ରଚଳ କରୁଛି। ଫଳରେ ବ୍ରିଜ୍‌ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଏ ଦିଗରେ ପଦକ୍ଷେପ ନେବାକୁ ଦାବି ହେଉଥିଲେ ହେଁ ବିଭାଗୀୟ ଅଧିକାରୀ କର୍ଣ୍ଣପାତ କରୁନାହାନ୍ତି। ଏହାକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri