ଷ୍ଟ୍ରେଚରରେ ରୋଗୀଙ୍କୁ ବୋହିଲେ ୩ କି.ମି.

ନାରାୟଣପାଟଣା,୪।୧୦(ଡି.ଏନ୍‌.ଏ.): ଗାଁକୁ ଯିବାକୁ ହେଲେ ପାରି ହେବାକୁ ପଡେ ନଦୀ। ନଦୀରେ ପୋଲ ନ ଥିବାରୁ ୨ଜଣ ରୋଗୀଙ୍କୁ ଗ୍ରାମବାସୀ ଷ୍ଟେଚରରେ ବୋହି ଡାକ୍ତରଖାନା ନେଇଛନ୍ତି। ଏପରି ଦୃଶ୍ୟ କୋରାପୁଟ ଜିଲା ମାଓବାଦୀ ଅଧ୍ୟୁଷିତ ନାରାୟଣପାଟଣା ବ୍ଲକ ସଦର ମହକୁମା ଖାରିକୋନ ଗାଁ ରେ ଦେଖିବାକୁ ମିଳିଛି।
ଗାଁର ରାମ ସୁକିୟା(୪୫) ଓ ଲକ୍ଷ୍ମୀ କୁନ୍ଦାରିଆ ଜ୍ବରରେ ଆକ୍ରାନ୍ତ ହୋଇ ଥିଲେ। ରବିବାର ରାତିରେ ସେମାନଙ୍କ ସ୍ବାସ୍ଥାବସ୍ଥା ବିଗିଡ଼ି ଯାଇଥିଲା। ବିଳମ୍ବିତ ରାତି ଯୋଗୁ ମେଡିକାଲ୍‌ ନେବାକୁ ପରିବାର ଲୋକଙ୍କ ପକ୍ଷରେ ସମ୍ଭବ ହୋଇ ନ ଥିଲା। ସୋମବାର ସକାଳେ ପରିବାର ଲୋକେ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ଆମ୍ବୁଲାନ୍ସ ଆସି ଗାଁ ଦେଇ ପ୍ରଭାବିତ ହେଉଥିବା ଝଞ୍ଜାବତି ନଦୀ କୂଳରେ ଆସି ଅଟକିଥିଲା। ପରେ ଆମ୍ବୁଲାନ୍ସ କର୍ମଚାରୀ ନଦୀ ପାର ହେଇ ଷ୍ଟ୍ରେଚର ନେଇ ଗାଁକୁ ଯାଇଥିଲେ। ଆମ୍ବୁଲାନ୍ସ କର୍ମଚାରୀ, ସରପଞ୍ଚ ରେବତୀ କୁନ୍ଦାରୀୟା, ରୋଗୀଙ୍କ ପରିବାର ଓ ଗ୍ରାମବାସୀ ଷ୍ଟ୍ରେଚରରେ ଉଭୟଙ୍କୁ ପ୍ରାୟ ୩ କିମି ବୋହି ନଦୀ ପର୍ଯ୍ୟନ୍ତ ଯାଇଥିଲେ। ସେଠାରେ ଭରା ନଦୀ ବିପଦ ସଙ୍କୁଳ ଅବସ୍ଥାରେ ପାରି ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିଥିଲେ। ସେଠାରୁ ସେମାନଙ୍କୁ ନାରାୟଣପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏବେ ସେଠାରେ ଉଭୟଙ୍କ ଚିକତ୍ସା ଚାଲିଛି।
ସ୍ବାଧୀନତାର ୭୫ ବର୍ଷ ପରେ ବି ଆଜି ପର୍ଯ୍ୟନ୍ତ ଝଞ୍ଜାବତି ନଦୀରେ ପୋଲ ତିଆରି ହୋଇପାରିଲା ନାହିଁ। ଏହି ଝଞ୍ଜାବତୀ ନଦୀର ପୋଲ ନଥିବାରୁ ୧୦୦ରୁ ଊର୍ଦ୍ଧ୍ୱ ପରିବାର ଏବଂ ୫ରୁ ଊର୍ଦ୍ଧ୍ୱ ଗାଁର ଲୋକେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗାଁ ଲୋକେ ବହୁବାର ରାସ୍ତା ଏବଂ ପୋଲ ପାଇଁ ପ୍ରଶାସନର ଦ୍ବାରସ୍ଥ ହେଲାପରେ ମଧ୍ୟ କେହି ଶୁଣୁନାହାନ୍ତି ବୋଲି ସରପଞ୍ଚ ଏବଂ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେମାନେ ପୋଲ ଓ ରାସ୍ତା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri