Posted inଖେଳ

ଆରମ୍ଭ ହେଲା କ୍ୟାରମ୍‌ ପ୍ରତିଯୋଗିତା

ଟେନସା,୧୦।୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଟେନସା କ୍ୟାରମ ଆସୋସେଶନ ଆନୁକୂଲ୍ୟରେ ଟେନସା ଜନମଙ୍ଗଳ କେନ୍ଦ୍ରଠାରେ କ୍ୟାରମ ପ୍ରତିଯୋଗିତା ଶୁକ୍ରବାର ଉଦଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଟେନସା ସରପଞ୍ଚ ଅନୀତା ପୂର୍ତ୍ତି, ଟେନସା ଫାଣ୍ଡି ଅଧିକାରୀ ସୁଦର୍ଶନ ଦେହୁରୀ ଅତିଥି ଭାବେ ଯୋଗ ଦେଇ ପ୍ରତିଯୋଗିତାର ଉଦ୍‌ଘାଟନ କରିଥିଲେ।

ଏହି ପ୍ରତିଯୋଗିତା ୭ଦିନ ଧରି ଚାଲିବ। ପ୍ରଥମ ମ୍ୟାଚ ସୁନିଲ କର ସହିତ ଜଟିଆ ବେହୁରିୟା ମଧ୍ୟରେ ହୋଇଥିଲା। ଏଥିରେ ସୁନିଲ ବିଜୟ ହୋଇଥିଲେ। ଏହି ଟୁନାମେଣ୍ଟରେ ୩୬ ପ୍ରତିଯୋଗୀ ଭାଗ ନେଇଛନ୍ତି। ୧୫ ତାରିଖ ସ୍ବାଧୀନତା ଦିବସରେ ପ୍ରତିଯୋଗିତାର ଫାଇନାଲ ମ୍ୟାଚ ହେବ । ଏଥିରେ ବିଶିଷ୍ଟ ମାନ୍ୟଗଣ ବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକ ରାମ ପ୍ରକାଶ ଜୟସୱାଲ, ରାଜେଶ ମିଶ୍ର, ରମେଶ ଚନ୍ଦ୍ର ମୁଳି, ଚିତ୍ତରଞ୍ଜନ ସାହୁ, ସୋମେନ୍ଦ୍ର ମୂଖୀ, ତାରୀଣୀ ପ୍ରସାଦ ମହାନ୍ତି ପ୍ରମୁଖ ପ୍ରକାଶ କରିଛନ୍ତି। ଟେନସା କ୍ୟାରମ ଆସୋସେଶନର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫:  ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ,୨୮।୫: ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri