ଡାଇବେଟିସ୍‌ ରୋଗୀଙ୍କ ପାଇଁ ବରଦାନ ଗାଜର, ନିୟନ୍ତ୍ରଣରେ ବି ରହିବ ବ୍ଲଡ୍‌ପ୍ରେସର

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ଏଥିରେ ଭିଟାମିନ୍ସ, ଫାଇବର୍‌ ଓ ଆଣ୍ଟି ଅକ୍ସିଡାଣ୍ଟ ଉପାଦାନ ଭରିହୋଇ ରହିଛି। ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ଅସ୍ଥି ଓ ମଜ୍ଜାକୁ ଶକ୍ତ କରିଥାଏ। ତେବେ ଏହାର ଆଉ ଏକ ଉପକାରୀ ଗୁଣ ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀରରେ ଆଣ୍ଟିବଡି ଗଠନ କରିବାରେ ଅନେକାଂଶରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡ଼ିତ କେତେକ ବ୍ୟକ୍ତିଙ୍କୁ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ପୁଷ୍ଟିବିଜ୍ଞାନୀମାନେ ନିୟମିତ ଗାଜର ଖାଇବାକୁ ପରାମର୍ଶ ଦେଇଥିଲେ। ଅନ୍ୟପକ୍ଷରେ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ସେମାନଙ୍କର ଶରୀରରେ ଆଣ୍ଟିବଡି ପରୀକ୍ଷା କରାଯିବାରୁ ଏହା ପୂର୍ବାପେକ୍ଷା ବୃଦ୍ଧି ପାଉଥିବାର ଜଣାପଡ଼ିଥିଲା। ଆପଣ ଦୃଷ୍ଟିଶକ୍ତିଜନିତ ସମସ୍ୟା ସହ ଜଡ଼ିତ କି? ଯଦି ହଁ, ତେବେ ନିୟମିତ ସମୟ ବ୍ୟବଧାନରେ ଚକ୍ଷୁ ପରୀକ୍ଷା କରାଇ ନେବା ସହ ଆଉ ଏକ ବିଷୟ ପ୍ରତି ଦୃଷ୍ଟି ଦେବାକୁ ପଡ଼ିବ। ପ୍ରତିଦିନ ଗାଜର ଖାଆନ୍ତୁ। କାରଣ ଗାଜରରେ ଏଭଳି ତତ୍ତ୍ୱ ରହିଛି, ଯାହା ଦୃଷ୍ଟିଶକ୍ତି ପାଇଁ ବେଶ୍‌ ଉପକାରୀ। ଏହା ଭିଟାମିନ୍‌ ‘ସି’ର ଅନ୍ୟତମ ଉତ୍ସ। ଗାଜର ନିୟମିତ ଖାଇଲେ ତାହା ଡାଇବେଟିସ୍‌ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତା’ସହ ଏହା ରକ୍ତଚାପକୁ ମଧ୍ୟ ସନ୍ତୁଳିତ ରଖେ। ଗାଜରରେ ପଟାସିୟମ୍‌ ଓ କ୍ୟାଲ୍‌ସିୟମ୍‌ର ମାତ୍ରା ଅଧିକ ଥିବାରୁ ଏହା ଅସ୍ଥିକୁ ଦୃଢ଼ ରଖିଥାଏ। ସବୁଠାରୁ ଖାସ୍‌ କଥା ହେଲା, ଏହାକୁ ପ୍ରତିଦିନ ଖାଇଲେ ଓଜନ କେତେକାଂଶରେ ସନ୍ତୁଳିତ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri