କାରରେ ନେଉଥିଲେ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ

କଟକ ଅଫିସ,୧୩।୧୧: ଅବକାରୀ ବିଭାଗର ରାଜ୍ୟ ଫ୍ଲାଇଂ ସ୍କ୍ବାଡ୍‌ ଶନିବାର ଟାଙ୍ଗି ଛକ ନିକଟରୁ ୮୦ କେଜି ଗଞ୍ଜେଇ ଏବଂ ଚୋରା ଚାଲାଣରେ ବ୍ୟବହୃତ ଏକ କାରକୁ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଅବକାରୀ ବିଭାଗ ଗରିଫ କରିଛି। ସେମାନେ ହେଲେ, ପଶ୍ଚିମବଙ୍ଗ ମୁର୍ଶିଦାବାଦ ଜିଲା ଜଳାଙ୍ଗି ଅଞ୍ଚଳର ଲାଲଚାନ୍ଦ ମୋଲା(୨୨), ମହମ୍ମଦ ମୋକଜୁଲ ହକ ମୁଲା(୩୨), ମାବୁଦ ମଣ୍ଡଳ(୨୦)।

ସୂଚନା ମୁତାବକ, ସ୍କ୍ବାଡକୁ କନ୍ଧମାଳରୁ ଏକ କାର ଯୋଗେ ପଶ୍ଚିମବଙ୍ଗ ଗଞ୍ଜେଇ ଚାଲାଣ ହେଉଥିବା ଖବର ମିଳିଥିଲା। ସ୍କ୍ବାଡର ଅଧୀକ୍ଷକ ଦେବାଶିଷ ପଟେଲଙ୍କ ନେତୃତ୍ୱରେ ଫ୍ଲାଇଂ ସ୍କ୍ବାଡ୍‌ ଟିମ୍‌ ଟାଙ୍ଗି ଛକରେ ଛକି ରହିଥିଲା। ଟାଙ୍ଗି ଛକରେ କାରଟି ପହଞ୍ଚିବା ପରେ ଅବକାରୀ ଟିମ୍‌ କାରକୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ୪ଟି ପଲିଥିନ ବସ୍ତାରେ ୮୦ କେଜି ଗଞ୍ଜେଇ ମିଳିଥିଲା। ଯାହାର ମୂଲ୍ୟ ପ୍ରାୟ ୧୦ ଲକ୍ଷ ହେବ ବୋଲି ଅଧୀକ୍ଷକ ପଟେଲ ସୂଚନା ଦେଇଛନ୍ତି। ଟିମ୍‌ରେ ଆଇଆଇସି ସରୋଜ କୁମାର ପରିଡା, ଇନ୍ସପେକ୍ଟର ସଚିନ ବେହେରା, ଏଏସ୍‌ଆଇ ସକିର ଉଲ୍ଲା, ନଟବର ମଲ୍ଲିକ, ବ୍ରଜକିଶୋର ବିନ୍ଧାଣୀ, ମୋତିଲାଲ ମହାନ୍ତ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri