୨ ଟ୍ରକ୍‌ ମଧ୍ୟରେ ଚାପିହେଲା କାର୍‌

ବାଙ୍ଗିରିପୋଷି, ୨୨ା୧୦(ସଞ୍ଜୟ କୁମାର ଅଗ୍ରୱାଲା)ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ଟ୍ରକ୍‌ ମଧ୍ୟରେ ଏକ କାର୍‌ ଚାପିହୋଇଯିବାରୁ କାର୍‌ରେ ଥିବା ୨ ମହିଳାଙ୍କ ମୃତ୍ୟୁ ଘଟିଛି। ୫ଜଣ ଆହତ ହୋଇଛନ୍ତି। ମୃତକମାନେ ହେଲେ ପଶ୍ଚିମବଙ୍ଗର ଖଡ଼ଗପୁର ଅଞ୍ଚଳର ଆୟୋନ ଚକ୍ରବର୍ତ୍ତୀଙ୍କ ସ୍ତ୍ରୀ ସାନିପ୍ରନା (୪୬) ଓ ଅନିର୍ବାଣ ଚକ୍ରବର୍ତ୍ତୀଙ୍କ ସ୍ତ୍ରୀ ନବନୀତା(୪୫)। ଉଭୟ ସମ୍ପର୍କରେ ଦୁଇ ଯାଆ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଶନିବାର ଅପରାହ୍ନରେ ସେମାନେ ପରିବାର ସହ ବାଙ୍ଗିରିପୋଷି ଘାଟିରେ ଥିବା ଦ୍ୱାରଶୁଣୀ ମନ୍ଦିରକୁ ମାନସିକ ପୂରଣ ପାଇଁ ଆସିଥିଲେ। ଦର୍ଶନ ଓ ପୂଜା ସାରି ଏକ କାର୍‌ (ଓଡି୧୧-୦୧ଜି୯୯୨୨)ରେ ଘରକୁ ଫେରୁଥିଲେ। ଘାଟିରାସ୍ତା ଓହ୍ଲାଉଥିବା ବେଳେ ପଛପଟୁ ଏକ ଆଇରନ ବୋଝେଇ ଟ୍ରକ୍‌ ସେମାନଙ୍କ କାର୍‌କୁ ଧକ୍କା ଦେଇଥିଲା। ଫଳରେ କାର୍‌ଟି ଆଗରେ ଥିବା ଆଉ ଏକ ଟ୍ରକ୍‌ ପଛରେ ପିଟିହୋଇ ଉଭୟ ଟ୍ରକ୍‌ ମଝିରେ ଚାପି ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ କଟର ସାହାଯ୍ୟରେ କାର୍‌କୁ କାଟି ମୃତାହତଙ୍କୁ ବାହାର କରିଥିଲେ।
ଆହତଙ୍କ ମଧ୍ୟରେ ୪ ପୁରୁଷ, ଜଣେ ଯୁବତୀ ରହିଥିବା ବେଳେ ସେମାନଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସେମାନେ ସୁସ୍ଥ ଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ୨ ଚାଳକ ଫେରାର ହୋଇଯାଇଥିଲେ। ୨ ଟ୍ରକ୍‌ ଜବତ ହୋଇଛି। ଏ ନେଇ ଥାନାରେ ଏକ ମାମଲା(ନଂ ୩୦୯/୨୩)ରେ ରୁଜୁ ହୋଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ କମଳାକାନ୍ତ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri