୨ ଟ୍ରକ୍‌ ମଧ୍ୟରେ ଚାପିହେଲା କାର୍‌

ବାଙ୍ଗିରିପୋଷି, ୨୨ା୧୦(ସଞ୍ଜୟ କୁମାର ଅଗ୍ରୱାଲା)ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ଟ୍ରକ୍‌ ମଧ୍ୟରେ ଏକ କାର୍‌ ଚାପିହୋଇଯିବାରୁ କାର୍‌ରେ ଥିବା ୨ ମହିଳାଙ୍କ ମୃତ୍ୟୁ ଘଟିଛି। ୫ଜଣ ଆହତ ହୋଇଛନ୍ତି। ମୃତକମାନେ ହେଲେ ପଶ୍ଚିମବଙ୍ଗର ଖଡ଼ଗପୁର ଅଞ୍ଚଳର ଆୟୋନ ଚକ୍ରବର୍ତ୍ତୀଙ୍କ ସ୍ତ୍ରୀ ସାନିପ୍ରନା (୪୬) ଓ ଅନିର୍ବାଣ ଚକ୍ରବର୍ତ୍ତୀଙ୍କ ସ୍ତ୍ରୀ ନବନୀତା(୪୫)। ଉଭୟ ସମ୍ପର୍କରେ ଦୁଇ ଯାଆ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଶନିବାର ଅପରାହ୍ନରେ ସେମାନେ ପରିବାର ସହ ବାଙ୍ଗିରିପୋଷି ଘାଟିରେ ଥିବା ଦ୍ୱାରଶୁଣୀ ମନ୍ଦିରକୁ ମାନସିକ ପୂରଣ ପାଇଁ ଆସିଥିଲେ। ଦର୍ଶନ ଓ ପୂଜା ସାରି ଏକ କାର୍‌ (ଓଡି୧୧-୦୧ଜି୯୯୨୨)ରେ ଘରକୁ ଫେରୁଥିଲେ। ଘାଟିରାସ୍ତା ଓହ୍ଲାଉଥିବା ବେଳେ ପଛପଟୁ ଏକ ଆଇରନ ବୋଝେଇ ଟ୍ରକ୍‌ ସେମାନଙ୍କ କାର୍‌କୁ ଧକ୍କା ଦେଇଥିଲା। ଫଳରେ କାର୍‌ଟି ଆଗରେ ଥିବା ଆଉ ଏକ ଟ୍ରକ୍‌ ପଛରେ ପିଟିହୋଇ ଉଭୟ ଟ୍ରକ୍‌ ମଝିରେ ଚାପି ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ କଟର ସାହାଯ୍ୟରେ କାର୍‌କୁ କାଟି ମୃତାହତଙ୍କୁ ବାହାର କରିଥିଲେ।
ଆହତଙ୍କ ମଧ୍ୟରେ ୪ ପୁରୁଷ, ଜଣେ ଯୁବତୀ ରହିଥିବା ବେଳେ ସେମାନଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସେମାନେ ସୁସ୍ଥ ଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ୨ ଚାଳକ ଫେରାର ହୋଇଯାଇଥିଲେ। ୨ ଟ୍ରକ୍‌ ଜବତ ହୋଇଛି। ଏ ନେଇ ଥାନାରେ ଏକ ମାମଲା(ନଂ ୩୦୯/୨୩)ରେ ରୁଜୁ ହୋଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ କମଳାକାନ୍ତ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?