କାର୍ଟୁନିଷ୍ଟ ଅବନୀ ରଥଙ୍କୁ ଡିପ୍ଲୋମା ଡି ଏକ୍ସିଲେଣ୍ଟା ସମ୍ମାନ

ବଲାଙ୍ଗୀର ଅଫିସ, ୭ା୨: ରୋମାନିଆର ଗୁରା-ହୁମୋରୁଲୁଇଠାରେ ଆୟୋଜିତ ଆନ୍ତର୍ଜାତିକ ବ୍ୟଙ୍ଗ ରେଖାଚିତ୍ର ମହୋତ୍ସବର ୩୦ବର୍ଷ ପୂର୍ତ୍ତି ଉପଲକ୍ଷେ ବିଶ୍ୱର ବଛାବଛା କାର୍ଟୁନିଷ୍ଟଙ୍କୁ ମନୋନୀତ କରାଯାଇ ସମ୍ମାନିତ କରାଯାଇଛି । ଏହି ଅବସରରେ ଭାରତରୁ ବଲାଙ୍ଗୀର ନିବାସୀ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବ୍ୟଙ୍ଗ ଚିତ୍ରଶିଳ୍ପୀ ଅବନୀ ରଥଙ୍କୁ ଡିପ୍ଲୋମା ଡି ଏକ୍ସିଲେଣ୍ଟା ସମ୍ମାନରେ ସମ୍ମାନିତ କରାଯାଇଛି । ଏଭଳି ଏକ ମର୍ଯ୍ୟାଦାଜନକ ସମ୍ମାନ ପାଇ କାର୍ଟୁନିଷ୍ଟ ରଥ ଦେଶ ଓ ରାଜ୍ୟ ପାଇଁ ଗୌରବ ଆଣି ଦେଇଛନ୍ତି। ରୋମାନିଆର ଫେଷ୍ଟିଭେଲୁଲ ଇଣ୍ଟରନ୍ୟାଶନାଲ ଡି ଗ୍ରାଫିକା ସେଟିରିକା ଲିଟରେଚର ସେଟିରିକା ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ରୋମାନିଆର ଆୟୋଜକ ଅନୁଷ୍ଠାନ ପକ୍ଷରୁ କାର୍ଟୁନିଷ୍ଟ ରଥଙ୍କ ବଲାଙ୍ଗୀର ବାସଭବନ ଠିକଣାରେ ଉକ୍ତ ସମ୍ମାନ ଓ ପ୍ରମାଣପତ୍ର ପ୍ରେରଣ କରାଯାଇଛି । ୨୦୧୨ ମସିହାରେ କାର୍ଟୁନିଷ୍ଟ ରଥଙ୍କ ‘ଅବସରବାଦୀ’ (ଅପର୍ଚ୍ୟୁନିଷ୍ଟ) ଶୀର୍ଷକ ଏକ ବ୍ୟଙ୍ଗଚିତ୍ରକୁ ରୋମାନିଆର ଆୟୋଜକ ଅନୁଷ୍ଠାନ ପକ୍ଷରୁ ମନୋନୀତ କରାଯାଇ ପୁରସ୍କୃତ କରାଯାଇଥିଲା। ଏହି ଅନୁଷ୍ଠାନର ୩୦ବର୍ଷ ପୂର୍ତ୍ତି ଅବସରରେ ବିଶ୍ୱସ୍ତରୀୟ କାର୍ଟୁନିଷ୍ଟମାନଙ୍କୁ ସମ୍ମାନିତ କରାଯାଇଛି। ତାଙ୍କର ଏହି କୃତିତ୍ୱ ସମ୍ପର୍କରେ ଜଣାପଡିବା ପରେ ବହୁ ଶୁଭେଚ୍ଛୁ ଓ କାର୍ଟୁନପ୍ରେମୀ ରଥଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri