Posted inଜାତୀୟ

୧୦୭ ଏମ୍‌ପି, ବିଧାୟକଙ୍କ ନାଁରେ ମାମଲା

ନୂଆଦିଲ୍ଲୀ,୪ା୧୦(ପି.ଟି.): ଦେଶର ୧୦୭ ପାର୍ଲାମେଣ୍ଟ ସଦସ୍ୟ (ଏମ୍‌ପି) ଏବଂ ବିଧାୟକଙ୍କ ନାମରେ ଘୃଣା ମନ୍ତବ୍ୟ ମାମଲା ରୁଜୁ ହୋଇଛି। ସେହିପରି ଗତ ୫ ବର୍ଷ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ୪୮୦ ଜଣ ପ୍ରାର୍ଥୀଙ୍କ ବିରୋଧରେ ମଧ୍ୟ ଅନୁରୂପ ମାମଲା ହୋଇଥିବା ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌) ପକ୍ଷରୁ ସୂଚନା ଦିଆଯାଇଛି।
ଏବଂ ନ୍ୟାଶନାଲ ଇଲେକ୍ସନ ଓ୍ବାଚ୍‌ (ଏନ୍‌ଇଡବ୍ଲ୍ୟୁ) ମିଳିତ ଭାବେ ଏମ୍‌ପି ଏବଂ ବିଧାୟକମାନଙ୍କ ସତ୍ୟପାଠକୁ ବିଶ୍ଳେଷଣ କରାଯାଇଥିଲା। ୫ ବର୍ଷ ମଧ୍ୟରେ ନିର୍ବାଚନ ଲଢ଼ି ପରାସ୍ତ ହୋଇଥିବା ବିଧାନସଭା ଓ ଲୋକ ସଭା ପ୍ରାର୍ଥୀଙ୍କ ସତ୍ୟପାଠ ମଧ୍ୟ ଯାଞ୍ଚ କରାଯାଇଥିଲା। ଏଥିରୁ ଜଣାପଡ଼ିଛି ଯେ, ଏମ୍‌ପି, ବିଧାୟକଙ୍କ ମଧ୍ୟରୁ ଅଧିକାଂଶ ସେମାନଙ୍କ ବିରୋଧରେ ଥିବା ହେଟ୍‌ ସ୍ପିଚ୍‌ ମାମଲା ସମ୍ପର୍କରେ ସତ୍ୟପାଠରେ ଘୋଷଣା କରିଛନ୍ତି। ୩୩ ଏମ୍‌ପି ନିଜ ବିରୋଧରେ ଏପରି ମାମଲା ଥିବା ଉଲ୍ଲେଖ କରିଛନ୍ତି। ସେମାନଙ୍କ ମଧ୍ୟରେ ଉତ୍ତର ପ୍ରଦେଶର ୭, ତାମିଲନାଡୁର ୪, ବିହାର, କର୍ନାଟକ ଓ ତେଲଙ୍ଗାନାର ୩ ଜଣ ଲେଖାଏ, ଆସାମ, ଗୁଜରାଟ, ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗର ୨ ଜଣ ଲେଖାଏ, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, କେରଳ, ଓଡ଼ିଶା ଓ ପଞ୍ଜାବର ଜଣେ ଲେଖାଏ ଅଛନ୍ତି। ଘୃଣା ମନ୍ତବ୍ୟ ମାମଲାର ଅଭିଯୁକ୍ତ ଥିବା ସର୍ବାଧିକ ୨୨ ଏମ୍‌ପି ଭାଜପାର। ୨ ଜଣ କଂଗ୍ରେସର ହୋଇଥିବାବେଳେ ଏଏପି, ଏଆଇଏମ୍‌ଆଇଏମ୍‌, ଏଆଇୟୁଡିଏଫ୍‌, ଡିଏମ୍‌କେ, ଏମ୍‌ଡିଏମ୍‌କେ, ପିଏମ୍‌କେ, ଶିବସେନା(ୟୁବିଟି), ଭିସିକେର ଜଣେ ଲେଖାଏ ଅଛନ୍ତି। ଆଉ ଜଣେ ସ୍ବାଧୀନ ଏମ୍‌ପିଙ୍କ ନାମରେ ମଧ୍ୟ ଏପରି ମାମଲା ଚାଲିଛି। ଘୃଣା ମନ୍ତବ୍ୟ ମାମଲାର ଅଭିଯୁକ୍ତ ଥିବା ୭୪ ବିଧାୟକ ଏନେଇ ସତ୍ୟପାଠରେ ଘୋଷଣା କରିଛନ୍ତି। ସେମାନଙ୍କ ମଧ୍ୟରୁ ୯ ଜଣ ଲେଖାଏ ବିହାର ଓ ଉତ୍ତରପ୍ରଦେଶର। ଆନ୍ଧ୍ର ପ୍ରଦେଶ, ମହାରାଷ୍ଟ୍ର ଓ ତେଲଙ୍ଗାନାର ୬ ଜଣ ଲେଖାଏ ଥିବାବେଳେ ଆସାମ, ତାମିଲନାଡୁର ୫ ଜଣ ଲେଖାଏ ରହିଛନ୍ତି। ଦିଲ୍ଲୀ, ଗୁଜରାଟ, ପଶ୍ଚିମବଙ୍ଗର ୪ ଲେଖାଏ, ଝାଡ଼ଖଣ୍ଡ, ଉତ୍ତରାଖଣ୍ଡର ୩ ଜଣ ଲେଖାଏ ଏବଂ କର୍ନାଟକ, ପଞ୍ଜାବ, ରାଜସ୍ଥାନ ଓ ତ୍ରିପୁରାର ୨ ଜଣ ଲେଖାଏ ରହିଛନ୍ତି। ସେହିପରି ମଧ୍ୟପ୍ରଦେଶ ଓ ଓଡ଼ିଶାର ଜଣେ ଲେଖାଏ ବିଧାୟକଙ୍କ ବିରୋଧରେ ଏପରି ମାମଲା ବିଚାରାଧୀନ ରହିଛି। ବିଧାୟକଙ୍କ କଥା ଦେଖିଲେ ଭାଜପାର ସର୍ବାଧିକ ୨୦, କଂଗ୍ରେସ ୧୩, ଏଏପିର ୬ ଜଣଙ୍କ ନାମରେ ଘୃଣା ମନ୍ତବ୍ୟ ମାମଲା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri