୧୨ ଜଣଙ୍କ ନାଁରେ ମାମଲା: କର୍ନାଟକ, ନାୟକାଣିଡିହୀ ପୋଲିସକୁ ଦୁର୍ବ୍ୟବହାର ଘଟଣା

ବାସୁଦେବପୁର, ୩।୭ (ନାରାୟଣ ପ୍ରସାଦ ବାରିକ୍‌)-କର୍ନାଟକରୁ ସୁନା ଅଳଙ୍କାର ଓ ଟଙ୍କା ଚୋରି ଅଭିଯୋଗରେ ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଅଧୀନ ବିରସ ଗ୍ରାମର ଜଣେ ଯୁବକଙ୍କୁ ଗତ ଜୁନ୍‌ ୨୯ରେ ପୋଲିସ ଗିରଫ କରିଥିଲା। ୩୦ ତାରିଖରେ ଅଭିଯୁକ୍ତଙ୍କୁ ବାସୁଦେବପୁର କୋର୍ଟରେ ହାଜର କରିବା ବେଳେ ପୋଲିସ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଏହି ଘଟଣାରେ ବାସୁଦେବପୁର ଥାନାରେ ୧୨ଜଣ ବ୍ୟକ୍ତିଙ୍କ ନାମରେ ମାମଲା (ନଂ. ୩୭୬/୨୩) ରୁଜୁ ହୋଇଛି।
ପ୍ରକାଶ ଯେ, ଉକ୍ତ ଗ୍ରାମର ପ୍ରଶାନ୍ତ ମହାନ୍ତି କର୍ନାଟକର ହୁଲିଆଦୁର୍ଗ ଥାନା ଅଧୀନ ତମକୁରା ଅଞ୍ଚଳର ନାଗେଶ ଡିଏଲ୍‌ଙ୍କ କୁକୁଡ଼ା ଫାର୍ମରେ କାମ କରୁଥିଲେ। ତାଙ୍କ ଘରୁ ସୁନା ଅଳଙ୍କାର ଓ ଟଙ୍କା ଚୋରି କରି ସେ ନିଜ ଗଁାକୁ ପଳାଇ ଆସିଥିଲେ। ଏନେଇ ହୁଲିଆଦୁର୍ଗ ଥାନାରେ ମାମଲା (ନଂ.୧୧୨/୨୩) ରୁଜୁ ହୋଇଥିଲା। କର୍ନାଟକ ପୋଲିସ ତାଙ୍କୁ ଗିରଫ କରିବା ପାଇଁ ନାୟକାଣିଡିହୀ ପୋଲିସ ସହାୟତାରେ ଗିରଫ କରି କୋର୍ଟକୁ ନେଉଥିବା ବେଳେ ଉକ୍ତ ଗ୍ରାମର କେତେଜଣ ବ୍ୟକ୍ତି କୋର୍ଟ ପାଖରେ ଗାଡ଼ି ଅଟକାଇବା ସହ ପୋଲିସକୁ ଗାଳିଗୁଲଜ କରିଥିଲେ। ଏନେଇ ନାୟକାଣିଡିହୀ ଥାନା ହାବିଲଦାର ପ୍ରମୋଦ ଦାସଙ୍କ ଅଭିଯୋଗକ୍ରମେ ବାସୁଦେବପୁର ଥାନାରେ ମାମଲା ରୁଜୁ ସହ ଅଧିକ ତଦନ୍ତ କରାଯାଉଥିବା ଭଦ୍ରକ ସଦର ଏସ୍‌ଡିପିଓ ସୌରଭ ଓତା କହିଛନ୍ତି। ଅପରପକ୍ଷେ ବିରସ ଗ୍ରାମର କେତେଜଣ ବ୍ୟକ୍ତି ନାମ ଗୋପନ ରଖି କହିଛନ୍ତି ଯେ, ପୋଲିସ ଅଭିଯୁକ୍ତ ପ୍ରଶାନ୍ତଙ୍କ ସହ ଅନ୍ୟ ୨ ଯୁବକଙ୍କୁ ଗାଡ଼ିରେ ବସାଇ ନେଇଥିଲା। ୨ ଯୁବକଙ୍କୁ ଛାଡ଼ିଦେବା ପାଇଁ ଗ୍ରାମବାସୀ କହିବା ପରେ ପୋଲିସ ନ ଛାଡ଼ିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିଲା। ଶେଷରେ ପୋଲିସ ୨ ଯୁବକଙ୍କୁ ଛାଡ଼ି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?