୨ ଯୁବକଙ୍କ ନାଁରେ ମାମଲା

ବ୍ରହ୍ମପୁର ଅଫିସ,୨୮ା୨: କନଷ୍ଟେବଲ ଲିଖିତ ପରୀକ୍ଷା ବେଳେ ନକଲି ପ୍ରଶ୍ନପତ୍ର ଭାଇରାଲ କରିଥିବା ୨ ଯୁବକଙ୍କ ନାଁରେ ବ୍ରହ୍ମପୁର ସାଇବର ଥାନାରେ ସୋମବାର ମାମଲା ରୁଜୁ ହୋଇଛି । ଟାଉନ ଥାନା ଏସ୍‌ଆଇ ରାଜକିଶୋର ପାତ୍ରଙ୍କ ଏତଲାକୁ ଭିତ୍ତିକରି ନଂ. ୫/୨୩ରେ ଏକ ମାମଲା ରୁଜୁ କରାଯାଇଛି । ଏଥିରେ ଜଣେ ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧି ସମ୍ପୃକ୍ତ ଥିବା ବେଳେ ଅନ୍ୟଜଣେ ସ୍ଥାନୀୟ ଯୁବକ ବୋଲି ଜଣାପଡିଛି ।
କନଷ୍ଟେବଲ ପଦ ପାଇଁ ବ୍ରହ୍ମପୁରର ୫ଟି କନ୍ଦ୍ରରେ ଲିଖିତ ପରୀକ୍ଷା ହୋଇଥିଲା। ଏଗୁଡିକ ମଧ୍ୟରେ ଖଲ୍ଲିକୋଟ ଏକକ ବିଶ୍ୱଦ୍ୟାଳୟରେ ଗୋଟିଏ କେନ୍ଦ୍ର ରହିଥିଲା । ପୂର୍ବାହ୍ନ ୧୦ଟାରୁ ୧୨ ଟା ଯାଏ ପରୀକ୍ଷା ଚାଲିଥିଲା। ତେବେ ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ବ୍ରହ୍ମପୁରର ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଏକ ପ୍ରଶ୍ନ ପତ୍ର ଭାଇରାଲ ହୋଇଥିଲା। ଯାହା ଚଳିତ ପରୀକ୍ଷାର ବୋଲି କୁହାଯାଇଥିଲା। ସେହିପରି ଏକ ବୈଦ୍ୟୁତିକ ଗଣମାଧ୍ୟମରେ ଏହାର ଖବର ପ୍ରସାର କରାଯାଇଥିଲା। ଟାଉନ ଥାନା ଏସ୍‌ଆଇ ରାଜକିଶୋର ପାତ୍ରଙ୍କ ମୋବାଇଲକୁ ମଧ୍ୟ ଏହି ନକଲି ପ୍ରଶ୍ନପତ୍ର ଓ ପ୍ରସାରିତ ଖବର ପହଞ୍ଚିଥିଲା । ଏ ନେଇ ସମ୍ପୃକ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଯୋଗାଯୋଗ କରାଯାଇଥିଲା  । ରମ୍ଭା ଥାନା ଅନ୍ତର୍ଗତ କଣ୍ଟିଆଗଡ ଅଞ୍ଚଳର ଜଣେ ଯୁବକ ତାଙ୍କୁ ଏହି ପ୍ରଶ୍ନପତ୍ର ଦେଇଥିବା ଗଣମାଧ୍ୟମ ପ୍ରତିନିଧି ପୋଲିସକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri