Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ନାଁରେ ମାମଲା ରୁଜୁ

ହାଇଦ୍ରାବାଦ,୧୬।୨: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ପ୍ରୟୋଗ କରି ଫସିଯାଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ହାଇଦ୍ରାବାଦ ପୋଲିସ ତାଙ୍କ ନାଁରେ ମାମଲା ରୁଜୁ କରିଛି। ଦଫା ୫୦୪ ଓ ୫୦୫(୨) ଅନୁସାରେ ମାମଲା କରାଯାଇଛି। ଏବେ ଘଟଣାର ଅଧିକ ତଦନ୍ତ ଆରମ୍ଭ ହୋଇଛି।
ସୂଚନାଯୋଗ୍ୟ, କିଛି ଦିନ ତଳେ ରାହୁଲଙ୍କୁ ସମାଲୋଚନା କରିବାକୁ ଯାଇ ହିମନ୍ତ ବିଶ୍ୱଶର୍ମା ଆପତ୍ତିଜନକ ଶବ୍ଦ ପ୍ରୟୋଗ କରିଥିଲେ। ଏଥିପାଇଁ ତାଙ୍କ ନାଁରେ ବିଭିନ୍ନ ରାଜ୍ୟରେ ଏଫଆଇଆର କରାଯାଇଥିଲା। ଏହିକ୍ରମରେ ସୋମବାର ତେଲେଙ୍ଗାନାନା ପିସିସି ମୁଖ୍ୟ ରେଭନ୍ତ ରେଡ୍ଡୀ ଜୁବଲି ହିଲ୍ସ ପୋଲିସ ଷ୍ଟେଶନରେ ପହଞ୍ଚି ଅଭିଯୋଗପତ୍ର ଦେଇଥିଲେ। ସେ ଅପରାଧିକ ମାମଲା ରୁଜୁ କରିବା ସହ ମୁଖ୍ୟମନ୍ତ୍ରୀ ଶର୍ମାଙ୍କୁ ଗିରଫ କରିବାକୁ ଦାବି ବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri