Posted inଜାତୀୟ

ବିହାର ଭାଜପା ବିଧାୟକଙ୍କ ନାମରେ ଯୁବତୀଙ୍କୁ ଅପହରଣ ଅଭିଯୋଗ

ପାଟଣା,୧୪।୨: ବିହାରର ଭାଜପା ବିଧାୟକ ବିନୟ ବିହାରୀଙ୍କ ବିରୋଧରେ ୨୫ ବର୍ଷୀୟା ଜଣେ ଯୁବତୀଙ୍କୁ ରବିବାର ଅପହରଣ କରିଥିବା ଅଭିଯୋଗ ଆସିଛି। ଏ ନେଇ ଅପହୃତାଙ୍କ ମା’ ଅଭିଯୋଗକୁ ଭିତ୍ତି କରି ପାଟଣାର ଅଗାମ କୁଆନ ଥାନାରେ ମାମଲା ରୁଜୁ ହୋଇଛି।

“ପଶ୍ଚିମ ଚାମ୍ପାରାନର ଲଉରିୟା ବିଧାୟକଙ୍କ ସମେତ ୩ ଜଣଙ୍କ ନାମରେ ୨୫ ବର୍ଷୀୟା ଯୁବତୀଙ୍କୁ ଅପହରଣ କରିଥିବା ଏଫ୍‌ଆଇଆର ରେଜିଷ୍ଟର ହୋଇଛି” ବୋଲି ଥାନା ଅଧିକାରୀ ବିପିନ ବିହାରୀ କହିଛନ୍ତି।

ଅପହୃତାଙ୍କ ମା’ଙ୍କ ଅଭିଯୋଗ ଅନୁଯାୟୀ, ପୀଡ଼ିତା ଗତ ୯ ତାରିଖରେ ପରୀକ୍ଷା ପାଇଁ କଲେଜ ଯାଇଥିଲେ। ସେ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନ ଫେରିବାରୁ ମୁଁ ତାଙ୍କୁ ଫୋନ କରିଥିଲି। ହେଲେ ନମ୍ବର ସୁଇଚ୍‌ ଅଫ୍‌ ଆସିଥିଲା। ପ୍ରାୟ ୩ଟା ୧୦ରେ ତାଙ୍କ ନମ୍ବରରୁ ଆସିଥିଲା ଏକ ମେସେଜ। ସେଥିରେ ଏକ ନମ୍ବରକୁ ଯୋଗାଯୋଗ କରିବାକୁ କୁହାଯାଇଥିଲା। ସେହି ନମ୍ବରକୁ ଫୋନ କରିବାରୁ ଭାଜପା ବିଧାୟକ ବିନୟ ବିହାରୀ କଲ ରିସଭ କରିଥିଲେ। ପ୍ରଥମେ ସେ ଆମକୁ ଘଣ୍ଟାକ ପରେ ଫୋନ କରିବାକୁ କହିଥିଲେ। ପରେ ଯୋଗାଯୋଗ କରିବାରୁ ସେ ଧମକ ଦେଇ କହିଥିଲେ, ତୁମ ଝିଅ ଏବେ ମୋ ଭଣଜା ରାଜୀବ ସିଂଙ୍କ ସହ ଅଛି। ଏଥିରେ ଏସ୍‌ପି କିମ୍ବା ଡିଏସ୍‌ପିଙ୍କ କିଛି କରିବାର ନାହିଁ। ଏହି ମାମଲାର ତଦନ୍ତ ଚାଲିଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri