କଳାହାଣ୍ଡି ଖାଉଟି ଅଦାଲତରେ ଫିଲ୍ମ ତାରକାଙ୍କ ବିରୋଧରେ ମାମଲା; ବିଜ୍ଞାପନରେ ନଜର ଆସିଥିବା…

ଭବାନୀପାଟଣା, ୧୫।୧ (ଉତ୍ତମ କୁମାର ଦାଶ) : କଳାହାଣ୍ଡି ଖାଉଟି ଅଦାଲତରେ ମୃଦୁପାନୀୟ  ବିଜ୍ଞାପନକୁ ନେଇ ବଲିଉଡ ଫିଲ୍ମ ଅଭିନେତା ସଲମାନ ଖାନ, ହ୍ରିତିକ ରୋଶନ ଏବଂ କମ୍ପାନୀ ବିରୋଧରେ ମାମଲା ରୁଜୁ ହେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି ।

ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, ଖରିଆରର ଦୀପକ କୁମାର ଦୁବେଙ୍କ ଅଭିଯୋଗ ଅନୁଯାୟୀ ତାଙ୍କ ପୁଅ  ବିଜ୍ଞାପନ ଦେଖି ଏହି କୋଲଡ୍ରିଙ୍କ କିଣିବା ପାଇଁ ତାଙ୍କୁ ବାଧ୍ୟ କରିଥିଲା । ଏହା ପିଇବା ପରେ ଦୌଡରେ ଭାଗ ନେଲେ ବିଜୟ ସୁନିଶ୍ଚିତ ଓ ଦେହରେ ଶକ୍ତି ବଢିବା ବିଜ୍ଞାପନରେ ଦେଖାଯାଇଥିଲା। ଏଥିରେ ପ୍ରଭାବିତ ହୋଇ ସେ ପିଇଥିବା ବେଳେ ଏହା ଭୁଲ ପ୍ରମାଣିତ ହୋଇଥିବା ତାଙ୍କ ପୁଅ ଅଭିଯୋଗ କରିଥିଲେ । ବିଜ୍ଞାପନରେ ସଲମାନ ଓ ହ୍ରିତିକ ରୋଶନ ଅଭିନୟ କରିଥିବା ଯୋଗୁ ଏହାର ପ୍ରଭାବ ଶିଶୁମାନଙ୍କ ଉପରେ ପଡୁଛି । ଏନେଇ କଳାହାଣ୍ଡି ଖାଉଟି ଅଦାଲତରେ ସେମାନେ ଦୁଇ ଅଭିନେତାଙ୍କ ସହ ମୃଦୁପାନୀୟ କମ୍ପାନୀ ବିରୋଧରେ ମାମଲା ଦାୟର କରିଥିଲେ । ଏହାକୁ ମାନ୍ୟବର ଅଦାଲତ ଗ୍ରହଣ କରି ମକଦ୍ଦମା ରୁଜୁ କରିଛନ୍ତି । ଗତ  ୨୨ ତାରିଖରେ ଏହାର ପ୍ରଥମ ଶୁଣାଣି ହୋଇଥିବା ବେଳେ ଜାନୁଆରୀ ୧୯ ତାରିଖରେ ଦ୍ବିତୀୟ ଶୁଣାଣି ହେବ ବୋଲି ସୂଚନା ମିଳିଛି । ଅଭିଯୋଗକାରୀ କ୍ଷତିପୂରଣ ବାବଦକୁ ଏକ ଟଙ୍କା ଦାବୀ ରଖିଛନ୍ତି । ବିଜ୍ଞାପନ ପରିଷଦ ପାଇଁ ଓକିଲ ଅମିତ ଜେନ, ଫିଲ୍ମ ଅଭିନେତା ସଲମନ ଖାନଙ୍କ ପାଇଁ ଅନିଷ ପଟ୍ଟନାୟକ, ରିତିକ ରୋଷନ ଓ ପେପସିକୋ ପାଇଁ କୁନାଲ ବେହେରା ଏଣ୍ଡ ଆସୋସିଏଟ୍ସ ମାମଲା ପରିଚାଳନା କରୁଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri