Posted inଜାତୀୟ

ଇଟାଲୀ ମରିନ୍‌ଙ୍କ ବିରୋଧରେ ମାମଲା ବନ୍ଦ

ନୂଆଦିଲ୍ଲୀ,୧୬ା୬: ୨୦୧୨ରେ ଇଟାଲୀର ୨ ନୌସୈନିକ(ମରିନ୍‌)ଙ୍କ ଦ୍ୱାରା କେରଳ ଉପକୂଳରେ ୨ ଦୁଇଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ହତ୍ୟା ମାମଲାର ଶୁଣାଣିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବନ୍ଦ କରିଦେଇଛନ୍ତି। ଏହାସହ ଦୁଇ ମୃତକଙ୍କ ପରିବାରକୁ ୧୦ କୋଟି ଟଙ୍କା କ୍ଷତିପୂରଣ ଦେବା ନେଇ ସୁନିଶ୍ଚିତ କରିବାକୁ କେରଳ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୨ ଫେବୃୟାରୀ ୧୫ରେ କେରଳର ୨ ମତ୍ସ୍ୟଜୀବୀ ଜେଲେଷ୍ଟାଇନ୍‌ ଏବଂ ଅଜିଶ ପିଙ୍କୁ ନିନ୍ଦାକାର ହାର୍ବରକୁ ମାଛ ଧରିବାକୁ ଯାଇଥିଲେ। ଦୁହେଁ ସେଣ୍ଟ ଆଣ୍ଟୋନି ବୋଟ୍‌ରେ ଲାକ୍ଷାଦ୍ୱୀପ ଆଡ଼କୁ ଗଭୀର ସମୁଦ୍ରରେ ମାଛ ଧରିବାକୁ ଯାଇ ଫେରିବାବେଳେ ସିଙ୍ଗାପୁରରୁ ଇଜିପ୍ଟ ଯାଉଥିବା ଅଏଲ୍‌ ଟ୍ୟାଙ୍କର ଏମ୍‌ଭି ଏନ୍‌ରିକା ଲେକ୍ସି ସହ ମୁହଁାମୁହଁି ହୋଇଥିଲେ। ଏହା ଏକ ଇଟାଲୀୟ ଜାହାଜ ଥିଲା। ସେଥିରେ ୧୯ ଭାରତୀୟଙ୍କ ସମେତ ୩୪ କ୍ରିଉ ମେମ୍ବର ଥିଲେ। ଜାହାଜରେ ମୁତୟନ ଇଟାଲୀର ଦୁଇ ମରିନ୍‌୍‌ ସଲ୍‌ଭାଟୋର ଗିରୋନ୍‌ ଏବଂ ମସିମିଲିଆନୋ ଲଟୋର ଉଭୟଙ୍କୁ ଗୁଳିକରି ହତ୍ୟା କରିଥିଲେ। ଇଟାଲୀ ସରକାର ଏଥିପାଇଁ ୧୦ କୋଟି ଟଙ୍କା କ୍ଷତିପୂରଣ ଦେଇଛନ୍ତି। ଏହାସହ ୨ ହତ୍ୟା ଅଭିଯୁକ୍ତଙ୍କ ବିରୋଧରେ ଇଟାଲୀରେ ଆପରାଧିକ ମାମଲା ଚଳାଇବାକୁ ପ୍ରତିଶ୍ରୁତି ଦେଇଛନ୍ତି।
ଜଷ୍ଟିସ୍‌ ଇନ୍ଦିରା ବାନାର୍ଜୀ ଏବଂ ଏମ୍‌.ଆର୍‌. ଶାହାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାକୁ ବନ୍ଦ କରି ଦୁଇ ଇଟାଲୀୟ ନୌସୈନିକଙ୍କ ବିରୋଧରେ ଏଫ୍‌ଆଇଆର୍‌କୁ ରଦ୍ଦ କରିଛନ୍ତି। କହିଛନ୍ତି, ଅନ୍ତର୍ଜାତୀୟ ଆଇନ ଅନୁସାରେ ଭାରତ କ୍ଷତିପୂରଣ ପାଇଛି। ଏହି ରାଶି ଯୁକ୍ତିଯୁକ୍ତ ଓ ପର୍ଯ୍ୟାପ୍ତ। ଇଟାଲୀ ଦୁଇ ଅଭିଯୁକ୍ତଙ୍କ ବିରୋଧରେ ନିଜ କୋର୍ଟରେ ମାମଲା ଚଳାଇବ। ସୁପ୍ରିମକୋର୍ଟ ରେଜେଷ୍ଟ୍ରିରେ ଜମା ଥିବା ଏହି ଅର୍ଥକୁ କେରଳ ହାଇକୋର୍ଟକୁ ସ୍ଥାନାନ୍ତର କରାଯିବ। ହାଇକୋର୍ଟ ୧୦ କୋଟିରୁ ୪ କୋଟି ଟଙ୍କା ଲେଖାଏ ମୃତକଙ୍କ ଆଇନଗତ ଉତ୍ତରାଧିକାରୀଙ୍କ ନାମରେ ଜମା କରିବେ। ବୋଟ୍‌ ମାଲିକଙ୍କୁ ୨ କୋଟି ଟଙ୍କା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?