Posted inଜାତୀୟ

ବିଜୁଳି ଚୋରି ଅଭିଯୋଗରେ କର୍ଣ୍ଣାଟକ ନେତା କୁମାରସ୍ବାମୀଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ, ୧୪।୧୧: ବିଜୁଳି ଚୋରି କରିବା ଅଭିଯୋଗରେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡି(ଏସ) ନେତା ଏଚଡି. କୁମାରସ୍ବାମୀଙ୍କ ନାଁରେ ଥାନାରେ ରୁଜୁ ହେଲା ମାମଲା। ଦୀପାବଳିରେ କୁମାରସ୍ବାମୀ ବିଜୁଳି ଚୋରି କରି ତାଙ୍କର ଘରକୁ ଆଲୋକିତ କରିଥିବା ଅଭିଯୋଗ କରି ସୋସିଆଲ ମିଡିଆରେ କଂଗ୍ରେସ ଏକ ଭିଡିଓ ସେୟାର କରିବା ପରେ ଏହି ମାମଲା ରୁଜୁ ହୋଇଛି।

କଂଗ୍ରେସର ଏହି ଅଭିଯୋଗ ଉତ୍ତରରେ କୁମାରସ୍ୱାମୀ ସ୍ୱୀକାର କରିଛନ୍ତି ଯେ, ଏକ ଘରୋଇ ଡେକରେସନ କମ୍ପାନୀ ତାଙ୍କ ଘରେ ଥିବା ଆଲୋକ ବ୍ୟବସ୍ଥାକୁ ନିକଟସ୍ଥ ବିଦ୍ୟୁତ୍ ଲାଇନ ସହିତ ସଂଯୋଗ କରି ଚେକ୍ କରିଥିଲା।

ତେବେ ଘରକୁ ଫେରିବା ପରେ ଏହି କଥା ମୁ ଜାଣିବାକୁ ପାଇଥିଲି ଏବଂ ତୁରନ୍ତ ବାହାର ବିଦ୍ୟୁତ ସଂଯୋଗ ଛିନ୍ନ କରିବାକୁ କହି ଘର ଭିତରୁ ସଂଯୋଗ କରିବାକୁ ନିର୍ଦେଶ ଦେଇଥିଲି। ଏହା କହି ସେ କ୍ଷମା ଚାହିଁଥିଲେ।ବେଙ୍ଗାଳୁରୁ ବିଦ୍ୟୁତ୍ ଯୋଗାଣ କମ୍ପାନୀ ଲିମିଟେଡର ଭିଜିଲାନ୍ସ ୱିଙ୍ଗ ଅଭିଯୋଗ ପରେ ଭାରତୀୟ ବିଦ୍ୟୁତ୍ ଆଇନର ଧାରା ୧୩୫(ବିଦ୍ୟୁତ୍ ଚୋରି) ଅନୁଯାୟୀ ଏଫ୍ଆଇଆର୍ ରୁଜୁ କରାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri