Posted inଜାତୀୟ

କଣ୍ଟ୍ରାକ୍ଟର ଆତ୍ମହତ୍ୟା ଘଟଣା: କ୍ୟାବିନେଟ୍‌ ମନ୍ତ୍ରୀଙ୍କ ନାଁରେ ମାମଲା ରୁଜୁ

ବେଙ୍ଗାଲୁରୁ,୧୩।୪: କଣ୍ଟ୍ରାକ୍ଟର ସନ୍ତୋଷ ପାଟିଲଙ୍କ ମୃତ୍ୟୁ ଘଟଣାରେ କର୍ନାଟକ କ୍ୟାବିନେଟ ମନ୍ତ୍ରୀ କେ.ଏସ ଇଶ୍ୱରପ୍ପାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ମୃତକଙ୍କ ଭାଇ ପ୍ରଶାନ୍ତ ଇଶ୍ୱରପ୍ପାଙ୍କ ବିରୋଧରେ ଅଭିଯୋଗ କରିଥିଲେ। ମାମଲା ରୁଜୁ ପରେ କର୍ନାଟକର ମୁଖ୍ୟମନ୍ତ୍ରୀ ବାସଭାରାଜ ବୋମ୍ମାଇ କହିଛନ୍ତି, ଇଶ୍ୱରପ୍ପାଙ୍କ ସହ ଏହି ପ୍ରସଙ୍ଗରେ ଆଲୋଚନା କରାଯିବ। ଅନୁସନ୍ଧାନ ପରେ ସତ୍ୟ ପଦାକୁ ଆସିବ। ଆଇନ ଅନୁଯାୟୀ ତଦନ୍ତ କରାଯିବ ଏବଂ ଆମେ ଏଥିରେ ହସ୍ତକ୍ଷେପ କରିବୁ ନାହିଁ। ଏଥିସହିତ ଇଶ୍ୱରପ୍ପା କହିଛନ୍ତି ଯେ ଯଦି ମୁଖ୍ୟମନ୍ତ୍ରୀ କୁହନ୍ତି ତେବେ ସେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିବେ।
ସୂଚନାଯୋଗ୍ୟ, କର୍ନାଟକ ଗ୍ରାମ୍ୟ ଉନ୍ନୟନ ତଥା ପଞ୍ଚାୟତ ରାଜମନ୍ତ୍ରୀ କେ.ଏସ.ଇୱାରପ୍ପାଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆଣିଥିବା କଣ୍ଟ୍ରାକ୍ଟର ସନ୍ତୋଷ ପାଟିଲଙ୍କ ମୃତଦେହ ଏମ୍ରିଲ ୧୨ରେ ଉଡୁପିର ଏକ ହୋଟେଲରୁ ମିଳିଥିଲା। ସେ ହିନ୍ଦୁ ଯୁବ ବାହିନୀର ଜାତୀୟ ସଚିବ ମଧ୍ୟ ଥିଲେ। କଣ୍ଟ୍ରାକ୍ଟର ସନ୍ତୋଷ ପାଟିଲ ଗ୍ରାମାଞ୍ଚଳ ଓ ପଞ୍ଚାୟତରାଜ ବିଭାଗର ୪ କୋଟି ଟଙ୍କାର ଗୋଟିଏ କାମ ନେଇଥିଲେ। ଏହି କାମ ପାଇଁ ମନ୍ତ୍ରୀ ଈଶ୍ୱରପ୍ପାଙ୍କ ସହଯୋଗୀମାନେ ତାଙ୍କୁ ୪୦% କମିସିନ ଦେବାକୁ କହିଥିଲେ। ତେବେ ଜୀବନ ହାରିବା ପୂର୍ବରୁ ସନ୍ତୋଷ ନିଜର ବନ୍ଧୁ ଓ ମିଡିଆକୁ ମେସେଜ କରିଥିଲେ ଯେ ତାଙ୍କ ମୃତ୍ୟୁ ପାଇଁ ମନ୍ତ୍ରୀ ଇଶ୍ୱରପ୍ପା ହିଁ ଦାୟୀ। ଈଶ୍ୱରପ୍ପାଙ୍କ ପାଇଁ କଣ୍ଟ୍ରାକ୍ଟର ଜଣଙ୍କ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଉଡୁପି ପୋଲିସ ମନ୍ତ୍ରୀଙ୍କ ନାଁରେ ମାମଲା ରୁଜୁ କରିଛି। ଆଇପିସିର ଧାରା ୩୦୬ ଅନୁଯାୟୀ ମାମଲା କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri