ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି। ଏ ସମ୍ପର୍କରେ ଭାଜପା ପକ୍ଷରୁ ମୁଖ୍ୟ ନିର୍ବାଚନ ଅଧିକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଶୁକ୍ରବାର ଏହାକୁ ଗୁରୁତ୍ୱର ସହ ନେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। ଏହାର ବିଧିବଦ୍ଧ ତଦନ୍ତକରି ୨୪ ଘଣ୍ଟା ମଧ୍ୟରେ କ’ଣ ପଦକ୍ଷେପ ନିଆଯାଇଛି ତା’ର ରିପୋର୍ଟ ଦେବାକୁ ଅତିରିକ୍ତ ଡିଜି (ଆଇନ ଶୃଙ୍ଖଳା)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଏହି ଆଦେଶ ପରେ ମନ୍ତ୍ରୀ ସାରକାଙ୍କ ଅଡୁଆ ବଢ଼ିଛି।
ସୂଚନାଯୋଗ୍ୟ, ମୁନିଗୁଡା ବ୍ଲକ ରଘୁବାରି ଗ୍ରାମରେ ଗତ ୧୪ ତାରିଖରେ ପାଣି ସମସ୍ୟାର ସମାଧାନ ପାଇଁ ଗ୍ରାମବାସୀ ରାସ୍ତାରୋକୋ ଆନ୍ଦୋଳନ କରିଥିଲେ। ଏହି ସମୟରେ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ସୁଧୀର ଦାସ ଓ ନେତାମାନେ ସେହି ରାସ୍ତା ଦେଇ ମୁନିଗୁଡ଼ା ବ୍ଲକର ପାଇକପଡ଼ାଠାରେ ଆୟୋଜିତ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ। ଏହି ସମୟରେ ଗ୍ରାମବାସୀ ସେମାନଙ୍କ ସମସ୍ୟା ଜଣାଇବାକୁ ମନ୍ତ୍ରୀଙ୍କ ଗାଡ଼ି ଅଟକାଇଥିଲେ। ଗ୍ରାମବାସୀ କାହିଁକି ମନ୍ତ୍ରୀଙ୍କ ଗାଡ଼ି ଅଟକାଇଲେ ବୋଲି ପଚାରିବାରୁ ବିଜେଡି ନେତା ଓ ଗ୍ରାମବାସୀଙ୍କ ମଧ୍ୟରେ ଯୁକ୍ତିତର୍କ ସହ ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ବିଜେଡି ନେତାମାନେ ସ୍ଥାନୀୟ ଯୁବକଙ୍କୁ ମାରପିଟ କରିଥିବା ଅଭିଯୋଗ ହୋଇଥିଲା। ଗ୍ରାମର ହରେକୃଷ୍ଣ ବେହେରା ମନ୍ତ୍ରୀ ଜଗନ୍ନାଥ ସାରକା, ସୁଧୀର ଦାସ ଏବଂ ଅନ୍ୟ ବିଜେଡି ନେତାଙ୍କ ନାମରେ ଅମ୍ବାଦଳା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହି ଘଟଣାକୁ ନେଇ ଜୟନ୍ତ କୁମାର ଜେନାଙ୍କ ନେତୃତ୍ବରେ ଭାଜପାର ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏପରି ଅଭିଯୋଗ ହେବା ପରେ ମାମଲାର ତଦନ୍ତକରି କ’ଣ ପଦକ୍ଷେପ ନିଆଯାଇଛି ସେ ଦିଗରେ ଜଣାଇବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ଅତିରିକ୍ତ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ଫୋନ ଯୋଗେ ଯୋଗାଯୋଗ କରାଯିବାରୁ ସେ ମିଟିଂରେ ବ୍ୟସ୍ତ ଥିବା କହି କଥାକୁ ଏଡାଇ ଦେବାକୁ ଚେଷ୍ଟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ...

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼, ମହିଳାଙ୍କୁ ମାସିକ ମିଳିବ ୮,୫୦୦ ଟଙ୍କା: ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି

ଭୁବନେଶ୍ୱର,୩।୫: ଶୁକ୍ରବାର ରାୟଗଡ଼ା ସମାବେଶକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଜନସଭାରେ ଓଡ଼ିଶାବାସୀଙ୍କୁ ୫ ଗ୍ୟାରେଣ୍ଟି କଥା କହିଛନ୍ତି। କଂଗ୍ରେସ...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଖାରବେଳ, କଲେ ଘୋଷଣା

ଭୁବନେଶ୍ୱର,୩।୫: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ସ୍ବାଧୀନ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ। ବାଲେଶ୍ୱରରୁ ଭାଜପା ଟିକେଟ୍‌ ପାଇଁ ଖାରବେଳ ଆଶାୟୀ ଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri