ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି। ଏ ସମ୍ପର୍କରେ ଭାଜପା ପକ୍ଷରୁ ମୁଖ୍ୟ ନିର୍ବାଚନ ଅଧିକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଶୁକ୍ରବାର ଏହାକୁ ଗୁରୁତ୍ୱର ସହ ନେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। ଏହାର ବିଧିବଦ୍ଧ ତଦନ୍ତକରି ୨୪ ଘଣ୍ଟା ମଧ୍ୟରେ କ’ଣ ପଦକ୍ଷେପ ନିଆଯାଇଛି ତା’ର ରିପୋର୍ଟ ଦେବାକୁ ଅତିରିକ୍ତ ଡିଜି (ଆଇନ ଶୃଙ୍ଖଳା)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଏହି ଆଦେଶ ପରେ ମନ୍ତ୍ରୀ ସାରକାଙ୍କ ଅଡୁଆ ବଢ଼ିଛି।
ସୂଚନାଯୋଗ୍ୟ, ମୁନିଗୁଡା ବ୍ଲକ ରଘୁବାରି ଗ୍ରାମରେ ଗତ ୧୪ ତାରିଖରେ ପାଣି ସମସ୍ୟାର ସମାଧାନ ପାଇଁ ଗ୍ରାମବାସୀ ରାସ୍ତାରୋକୋ ଆନ୍ଦୋଳନ କରିଥିଲେ। ଏହି ସମୟରେ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ସୁଧୀର ଦାସ ଓ ନେତାମାନେ ସେହି ରାସ୍ତା ଦେଇ ମୁନିଗୁଡ଼ା ବ୍ଲକର ପାଇକପଡ଼ାଠାରେ ଆୟୋଜିତ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ। ଏହି ସମୟରେ ଗ୍ରାମବାସୀ ସେମାନଙ୍କ ସମସ୍ୟା ଜଣାଇବାକୁ ମନ୍ତ୍ରୀଙ୍କ ଗାଡ଼ି ଅଟକାଇଥିଲେ। ଗ୍ରାମବାସୀ କାହିଁକି ମନ୍ତ୍ରୀଙ୍କ ଗାଡ଼ି ଅଟକାଇଲେ ବୋଲି ପଚାରିବାରୁ ବିଜେଡି ନେତା ଓ ଗ୍ରାମବାସୀଙ୍କ ମଧ୍ୟରେ ଯୁକ୍ତିତର୍କ ସହ ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ବିଜେଡି ନେତାମାନେ ସ୍ଥାନୀୟ ଯୁବକଙ୍କୁ ମାରପିଟ କରିଥିବା ଅଭିଯୋଗ ହୋଇଥିଲା। ଗ୍ରାମର ହରେକୃଷ୍ଣ ବେହେରା ମନ୍ତ୍ରୀ ଜଗନ୍ନାଥ ସାରକା, ସୁଧୀର ଦାସ ଏବଂ ଅନ୍ୟ ବିଜେଡି ନେତାଙ୍କ ନାମରେ ଅମ୍ବାଦଳା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହି ଘଟଣାକୁ ନେଇ ଜୟନ୍ତ କୁମାର ଜେନାଙ୍କ ନେତୃତ୍ବରେ ଭାଜପାର ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏପରି ଅଭିଯୋଗ ହେବା ପରେ ମାମଲାର ତଦନ୍ତକରି କ’ଣ ପଦକ୍ଷେପ ନିଆଯାଇଛି ସେ ଦିଗରେ ଜଣାଇବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ଅତିରିକ୍ତ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ଫୋନ ଯୋଗେ ଯୋଗାଯୋଗ କରାଯିବାରୁ ସେ ମିଟିଂରେ ବ୍ୟସ୍ତ ଥିବା କହି କଥାକୁ ଏଡାଇ ଦେବାକୁ ଚେଷ୍ଟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?