ରାମନାଗୁଡ଼ା ତହସିଲଦାରଙ୍କ ବିରୋଧରେ ମାମଲା

ଗୁଣପୁର,୧୬ା୫(ଡି.ଏନ.ଏ.): ରାୟଗଡ଼ା ଜିଲା ରାମନାଗୁଡ଼ା ତହସିଲଦାର ପ୍ରଭାତି ଝୋଡ଼ିଆଙ୍କ ବିରୋଧରେ ଗୁଣପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ମାଡ଼ ମାରିବାକୁ ଉଦ୍ୟମ ଏବଂ ହତ୍ୟା ଧମକ ନେଇ ବାଲି ଠିକାଦାର ତଥା ବ୍ୟବସାୟୀ ଜାମି ଭେଙ୍କଟ ଅଭିଯୋଗ କରିଛନ୍ତି। ସୋମବାର ଏସ୍‌ଡିଜେଏମ୍‌ ବିଭୂତି ଭୂଷଣ ନାୟକ ଅଭିଯୋଗକାରୀଙ୍କ ବୟାନ ରେକର୍ଡ କରିଥିବା ଭେଙ୍କଟ ରାଓଙ୍କ ଓକିଲ ଡି. ବ୍ରହ୍ମାନନ୍ଦ ପଟ୍ଟନାୟକ ସୂଚନା ଦେଇଛନ୍ତି।
ମାମଲାର ବିବରଣୀରୁ ଜଣାଯାଏ, ଏପ୍ରିଲ ୨ରେ ରାମନାଗୁଡ଼ା ତହସିଲ ଅଫିସରେ ବାଲି ଲିଜ୍‌ ପାଇଁ ଟେଣ୍ଡର ବାକ୍ସ ଖୋଲାଯାଇଥିଲା। ଏଥିଲାଗି ଜାମି ଭେଙ୍କଟ ସମସ୍ତ ଟେଣ୍ଡର ପେପର ଏବଂ ଅନ୍ୟ କାଗଜପତ୍ର ନେଇ ରାମନାଗୁଡ଼ା ତହସିଲ ଅଫିସରେ ଉପସ୍ଥିତ ଥିଲେ। ଏହି ସମୟରେ ତହସିଲଦାର ତାଙ୍କୁ ଗାଳିଗୁଲଜ କରିବା ସହ ସ୍ଥାନ ଛାଡ଼ି ଚାଲିଯିବାକୁ କହିଥିଲେ। ଜାମି ଭେଙ୍କେଟ ଟେଣ୍ଡର ପ୍ରକିୟାରେ ସାମିଲ ହେବା ପାଇଁ ହାଇକୋର୍ଟଙ୍କ ଆଦେଶ ତହିସଲାଦାରଙ୍କ ନିକଟରେ ଦାଖଲ କରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ତହସିଲଦାର ତାଙ୍କୁ ଚାପୁଡ଼ା ମାରିବାକୁ ଉଦ୍ୟମ କରିବା ସହ କୌଣସି କୋର୍ଟ ଆଦେଶକୁ ସେ ଖାତିର କରନ୍ତି ନାହିଁ ବୋଲି କହିିଥିଲେ। ଜାମି ଭେଙ୍କଟଙ୍କ ସହ ସେଠାରେ ଉପସ୍ଥିତ ଥିବା ମାଟାଲିଙ୍ଗା ରାଜୁ ଦୁର୍ବ୍ୟବହାରର ପ୍ରତିବାଦ କରିବାରୁ ତହସିଲଦାର ତାଙ୍କୁ ମଧ୍ୟ ଗାଳିଗୁଲଜ କରିଥିବା ଅଭିଯୋଗରେ ଦର୍ଶାଯାଇଛି। ଏମିତିକି ଅଫିସ ପରିସରରୁ ନ ଗଲେ ମିଥ୍ୟା ମାମଲା ରୁଜୁ କରିବେ ଏବଂ ଗାଡ଼ି ଚଢ଼ାଇ ମାରିଦେବେ ବୋଲି ଧମକ ଦେଇଥିବା ନେଇ ଜାମି ଭେଙ୍କଟ ଗୁଣପୁର ଥାନାରେ ତହସିଲଦାରଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ। ଥାନା ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ମେ ୨ରେ ଜାମି ଭେଙ୍କଟ କୌଣସି କାମରେ ରାମନାଗୁଡ଼ା ତହସିଲ ଅଫିସକୁ ଯାଇଥିଲେ। ଏହି ସମୟରେ ଗୁଣପୁର ଥାନାରୁ ମାମଲା ପ୍ରତ୍ୟାହାର ନିମନ୍ତେ ତହସିଲ ଅଫିସ୍‌ର କର୍ମଚାରୀ ଖତୁ ବାଉରି ମଧ୍ୟ ଧମକ ଦେଇଥିବା ଅଭିଯୋଗ ହୋଇଛି। ଅଭିଯୋଗକାରୀ ପରବର୍ତ୍ତୀ ସମୟରେ ଗୁଣପୁର କୋର୍ଟର ଦ୍ବାରସ୍ଥ ହୋଇଥିଲେ। ମେ ୪ ରେ ତହସିଲଦାରଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?