Posted inଜାତୀୟ

କେନ୍ଦ୍ରମନ୍ତ୍ରୀଙ୍କ ପୁଅ ନଁ।ରେ ମାମଲା

ଲକ୍ଷ୍ନୌ, ୫।୧୦: ଉତ୍ତରପ୍ରଦେଶ ଲଖିମ୍‌ପୁର ଖେରି ଜିଲାର ଚିକୁନିଆ ଅଞ୍ଚଳରେ ରବିବାର ଚାଷୀ ଆନ୍ଦୋଳନ ସମୟରେ ୪ଚାଷୀଙ୍କ ସମେତ ୮ଜଣଙ୍କ ମୃତ୍ୟୁ ହେବା ଘଟଣା ଏବେ ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି। ଯୋଗୀ ସରକାର ଏହି ଘଟଣାକୁ ଶାନ୍ତ କରିବା ପାଇଁ ୪ ମୃତ ଚାଷୀଙ୍କ ପରିବାରକୁ ୪୫ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। ଏଥିସହ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ବିରୋଧରେ ମାମଲା ଏବଂ ଏହାର ତଦନ୍ତ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ବିରୋଧୀ ଏହି ଘଟଣାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅପରପକ୍ଷରେ ଚାଷୀଙ୍କ ଆନ୍ଦୋଳନକୁ ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ। କୃଷି ଆଇନ ସମ୍ପର୍କିତ ମାମଲା ଏବେ କୋର୍ଟରେ ବିଚାରାଧୀନ ଥିବାବେଳେ ବିକ୍ଷୋଭ ଓ ଆନ୍ଦୋଳନ ସମୀଚୀନ ନୁହେଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।

ଲଖିମପୁର ଖେରିରେ ରବିବାର ଚାଷୀମାନେ ବିକ୍ଷୋଭ କରୁଥିବାବେଳେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ଗାଡ଼ି ସମେତ ୩ଟି ଏସ୍‌ୟୁଭି ଚାଷୀଙ୍କ ଉପରେ ମାଡ଼ିଯିବା ଏବଂ ତତ୍‌ପରବର୍ତ୍ତୀ ହିଂସାକାଣ୍ଡରେ ୪ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ କେନ୍ଦ୍ରମନ୍ତ୍ରୀ ଓ ତାଙ୍କ ପୁଅଙ୍କୁ ଗିରଫ କରାଯିବା ଲାଗି ଦାବି ହେବା ସହ ଦେଶବ୍ୟାପୀ ବିକ୍ଷୋଭ ଡାକରା ଦିଆଯାଇଥିଲା। ସୋମବାର ସକାଳେ ଆଶିଷଙ୍କ ବିରୋଧରେ ଟିକୋନିଆ ଥାନାରେ ହତ୍ୟା, ଦଙ୍ଗା ଆଦି ବିଭିନ୍ନ ଦଫାରେ ମାମଲା ରୁଜୁ ହୋଇଛି। ଉକ୍ତ ଅଞ୍ଚଳରେ ଉତ୍ତେଜନା ଲାଗି ରହିବା ସହ ଭାଜପା ନେତୃତ୍ୱାଧୀନ ସରକାରଙ୍କ ଉପରକୁ ବିରୋଧୀମାନେ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି। ଉତ୍ତେଜନାକୁ ଦୃଷ୍ଟିରେ ରଖି ଲଖିମପୁର ଖେରିରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯିବା ସହ ୧୪୪ ଧାରା ଜାରି କରାଯାଇଛି। ୪ କିମ୍ବା ତା’ଠାରୁ ଅଧିକ ଲୋକ ଏକାଠି ହେବାକୁ ବାରଣ କରାଯାଇଛି। ପରିସ୍ଥିତିକୁ ସୁଧାରିବା ପାଇଁ ଯୋଗୀ ସରକାର ମୃତ ଚାଷୀଙ୍କ ପରିବାରକୁ ୪୫ ଲକ୍ଷ ଟଙ୍କା ଲେଖାଏ ଆର୍ଥତ୍କ ସହାୟତା ସହ ପରିବାରରୁ ଜଣକୁ ଚାକିରି ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ବ୍ୟତୀତ ଆହତ ଚାଷୀଙ୍କୁ
୧୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ମିଳିବ। ହିଂସାକାଣ୍ଡର ତଦନ୍ତ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତି କରିବା ସହ କେନ୍ଦ୍ର ମନ୍ତ୍ରୀଙ୍କ ପୁଅ ଓ ଅନ୍ୟମାନଙ୍କ ନାମରେ ଏକ ମାମଲା ରୁଜୁ କରାଯାଇଥିବା ଆଇନ ଶୃଙ୍ଖଳା ବିଭାଗର ଅତିରିକ୍ତ ଡିଜି ପ୍ରଶାନ୍ତ କୁମାର କହିଛନ୍ତି।
ଏହି ଘଟଣାକୁ ନେଇ ବିରୋଧୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ବିଭିନ୍ନ ଦଳର ନେତା ମୃତ ଚାଷୀ ପରିବାରକୁ ଭେଟିବା ଲାଗି ଉକ୍ତ ଅଞ୍ଚଳକୁ ବାହାରିଥିବାବେଳେ ସେମାନଙ୍କୁ ବିଭିନ୍ନ ସ୍ଥାନରେ ପୋଲିସ ଅଟକ ରଖିଥିଲା। ଭୋର ୫ଟା ବେଳେ ପ୍ରିୟଙ୍କା ଏବଂ ଦୀପେନ୍ଦର ସିଂ ହୁଡା ଓ ଅନ୍ୟମାନଙ୍କୁ ସୀତାପୁରରେ ଅଟକ ରଖାଯାଇଥିଲା। ଏହା ପୂର୍ବରୁ ରବିବାର ରାତିରେ ମଧ୍ୟ ପ୍ରିୟଙ୍କାଙ୍କ ଗାଡ଼ିକୁ ଲକ୍ଷ୍ନୌରେ ପୋଲିସ ଅଟକାଇଥିଲା। ନେତାଙ୍କୁ ମୃତ ଚାଷୀଙ୍କ ପରିବାର ସଦସ୍ୟଙ୍କୁ ଭେଟିବା ଲାଗି ଛଡ଼ାଯାଇ ନ ଥିଲା ବୋଲି ସେମାନେ ଅଭିଯୋଗ କରିଛନ୍ତି। ସରକାରଙ୍କ ଏଭଳି ପଦକ୍ଷେପ ଅଗଣତାନ୍ତ୍ରିକ ବୋଲି କଂଗ୍ରେସ ରାଜ୍ୟ ସଭାପତି ଅଜୟ କୁମାର ଲାଲୁ କହିଛନ୍ତି। ବିଏସ୍‌ପି ସାଧାରଣ ସମ୍ପାଦକ ସତୀଶ ଚନ୍ଦ୍ର ମିଶ୍ରାଙ୍କୁ ଲକ୍ଷ୍ନୌସ୍ଥିତ ତାଙ୍କ ଘରେ ଗୃହବନ୍ଦୀ ରଖାଯାଇଥିବା ଦଳର ସୁପ୍ରିମୋ ମାୟାବତୀ କହିବା ସହ ହିଂସାକାଣ୍ଡର ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି। ହିଂସାକାଣ୍ଡ ସହ ଦୁଇଜଣ ଭାଜପା ମନ୍ତ୍ରୀ ସମ୍ପୃକ୍ତ ଥିବାରୁ ଘଟଣାର ଉପଯୁକ୍ତ ତଦନ୍ତ କରାଯାଇ ମୃତକଙ୍କ ପରିବାରକୁ ନ୍ୟାୟ ମିଳିବା ସହ ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସମ୍ଭବ ହୋଇ ନ ପାରେ। ସେଥିପାଇଁ ବିଚାର ବିଭାଗୀୟ ତଦନ୍ତ ଆବଶ୍ୟକ ବୋଲି ବିଏସ୍‌ପି ଦାବି କରିଛି। ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଲଖିମପୁର ଯିବାକୁ ଘୋଷଣା କରିବା ପରେ ତାଙ୍କ ବାସଭବନ ନିକଟରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ହିଂସାକାଣ୍ଡ ସ୍ଥଳରେ ବ୍ୟାପକ ପୋଲିସ ମୁତୟନ ହେବା ସହ ଆଇନ ଶୃଙ୍ଖଳା ବିଭାଗ ଏଡିଜି, ଆଇଜି ଏବଂ କମିଶନର ଉପସ୍ଥିତ ରହିଛନ୍ତି।
ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ମିଶ୍ରା କହିଛନ୍ତି, ତାଙ୍କ ପୁଅ ଆଶିଷ ଜଣେ ବ୍ୟବସାୟୀ। ଆନ୍ଦୋଳନରତ ଚାଷୀଙ୍କ ଉପରେ ଗାଡ଼ି ମାଡ଼ିଯିବା ବେଳେ ସେ ଘଟଣାସ୍ଥଳରେ ଉପସ୍ଥିତ ନ ଥିଲେ। ହିଂସାକାଣ୍ଡରେ ପ୍ରାଣ ହରାଇଥିବା ଅନ୍ୟ ୪ ଜଣଙ୍କ ମଧ୍ୟରୁ ୩ ଜଣ ଭାଜପା କର୍ମୀ ଓ ଜଣେ କାର୍‌ ଡ୍ରାଇଭର। ଚାଷୀଙ୍କ ସମେତ ଅନ୍ୟମାନେ ଖଣ୍ଡା ଓ ଲାଠିରେ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିବ ହର୍ମୁଜ! ଇରାନ ରଖିଲା ଲମ୍ବା ସର୍ତ୍ତ, ରାଜି ହେଲେ ଟ୍ରମ୍ପ? ଜାଣନ୍ତୁ…

ତେହରାନ, ୭।୪: ଇରାନ ଏକ ଅସ୍ତ୍ରବିରତି ପ୍ରସ୍ତାବକୁ ଆନୁଷ୍ଠାନିକ ଭାବରେ ସୋମବାର ପ୍ରତ୍ୟାଖ୍ୟାନ କଲା ଏବଂ ଏହା ବଦଳରେ ଯୁଦ୍ଧ ଶେଷ କରିବା ପାଇଁ ଏକ ୧୦-ସୂତ୍ରୀ…

କୋମାରେ ଇରାନର ସୁପ୍ରିମ ଲିଡର? କାହିଁକି ବ୍ୟାପିଛି ଏଭଳି ଖବର? ଜାଣନ୍ତୁ ଏହା ପଛର କାରଣ

ତେହରାନ,୭।୪: ବ୍ରିଟିଶ ଖବରକାଗଜ ଦି ଟାଇମ୍ସ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା କରିଛି। ରିପୋର୍ଟରେ କୁହାଯାଇଛି ଯେ ମୋଜତାବା ଖାମେନେଇ ଅଚେତ ଅଛନ୍ତି ଏବଂ ବର୍ତ୍ତମାନ ତାଙ୍କjର ଏହି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri