Posted inଜାତୀୟ

କଂଗ୍ରେସ ନେତା ପୱନ ଖେରାଙ୍କ ବିରୋଧରେ ବାରାଣସୀ-ଲକ୍ଷ୍ନୌରେ ଏଫଆଇଆର

ନୂଆଦିଲ୍ଲୀ,୨୧ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପିତାଙ୍କୁ ନେଇ ଆପତ୍ତିଜନକ ଟିପ୍ପଣି କରିଥିବା କଂଗ୍ରେସ ନେତା ପୱନ ଖେରାଙ୍କୁ ମହଙ୍ଗା ପଡିଛି । ତାଙ୍କର ଏହି ବିବାଦୀୟ ବୟାନ ପରେ ବାରାଣସୀରେ ଡଜନରୁ ଅଧିକ ଭାରତୀୟ ଜନତା ପାର୍ଟି(ଭଜପା) କର୍ମୀ ତାଙ୍କ ବିରୋଧରେ ଅଭିଯୋଗ କରିଛନ୍ତି । ଭାଜପା କହିଛି ଏଭଳି ବୟାନବାଜି ରାହୁଲ ଗାନ୍ଧୀଙ୍କ ଇସାରାରେ କରାଯାଇଛି ।
ସୂଚନାଯୋଗ୍ୟ, ପୱନ ଖେରା ମୋଦିଙ୍କ ନିର୍ବାଚନ ମଣ୍ଡଳି ବାରାଣସି ଯାଇଥିଲେ । ଏହି ସମୟରେ ସେଠାରେ ସେ ସମ୍ବୋଧନ ଦେବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମ କହୁକହୁ ଭୁଲରେ ମୋଦଙ୍କ ପିତାଙ୍କ ନାମ କହିଦେଇଥିଲେ । ପୁଣିଥରେ ଭୁଲ କରି କ୍ଷମା ମାଗିଲେ ଓ ଏହାକୁ ସୁଧାରି ନେଇଥିଲେ । ହେଲେ ଏହାପରେ ପୁଣିଥରେ ଭୁଲ ନାମ ନେଇ ଭାଜପାକୁ ଟାର୍ଗେଟ କରିଥିଲେ । ଏହାକୁ ନେଇ ଅନେକେ ଭାଜପା କର୍ମୀ ପୋଲିସ କମିଶନରଙ୍କ ଘରେ ପହଞ୍ଚିଥିଲେ ଓ ମାମଲାକୁ ନେଇ ଏଫଆଇଆର ଦେଇଥିଲେ ।

ସୂଚନାଯୋଗ୍ୟ, କଂଗ୍ରେସର ନେତା ତଥା ପ୍ରବକ୍ତା ପୱନ ଖେରା ୧୭ ଫେବୃୟାରୀରେ ଏକ ପ୍ରେସ ବ୍ରିଫିଙ୍ଗକୁ ସମ୍ବୋଧିତ କରିବା ସମୟରେ ‘ନରେନ୍ଦ୍ର ଗୌତମ ଦାସ ମୋଦି’ କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅପମାନିତ କରିଥିବା କଥିତ ଭାବେ କୁହାଯାଇଥିଲା । ଏହାକୁ ନେଇ ଅଭିଯୋଗ କରାଯାଇଥିଲା । ଭାଜପା କହିଥିଲା ଏଭଳି ଭାବେ ପ୍ରଧାନମନ୍ତ୍ରୀଙ୍କ ପିତାଙ୍କୁ ପରିହାସ କରିବା ନିନ୍ଦନୀୟ । ଏହାକୁ ନେଇ ବାରାଣସୀର କେଣ୍ଟ ଓ ଲକ୍ଷ୍ନୌର ହଜରତଗଞ୍ଜ ଅଞ୍ଚଳରେ ମାମଲା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri