ଖୋର୍ଦ୍ଧା ତହସିଲଦାର, ଆର୍‌ଆଇଙ୍କ ବିରୋଧରେ ମାମଲା ରୁଜୁ

ଖୋର୍ଦ୍ଧା ଅଫିସ,୨୮ା୧୧: ଖୋର୍ଦ୍ଧା ରାଜସ୍ବ ନିରୀକ୍ଷକ (ଆର୍‌ଆଇ) କାର୍ଯ୍ୟାଳୟ ନିକଟସ୍ଥ ଏକ ସେବାକେନ୍ଦ୍ରକୁ ଭାଙ୍ଗି ଦେବା ନେଇ ଗୁରୁଜଙ୍ଗର ରଣଜିତ ମହାପାତ୍ର ଗତ ଅକ୍ଟୋବର ୩ରେ ଖୋର୍ଦ୍ଧା ତହସିଲଦାର ଏବଂ ଆର୍‌ଆଇଙ୍କ ବିରୋଧରେ ଆଦର୍ଶ ଥାନାରେ ଏତଲା ଦେଇଥିଲେ। ମାତ୍ର ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିଲା। ଫଳରେ ଏନେଇ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶନିବାର ଆଦର୍ଶ ଥାନାରେ ଦଫା ୪୨୭, ୨୯୪, ୩୪୧, ୫୦୬ ଏବଂ ୩୪ ଆଇପିସିରେ ଏକ ମାମଲା (ନଂ. ୬୨୧/୨୨) ରୁଜୁ ହୋଇଛି।
ଅଭିଯୋଗରେ ଦର୍ଶାଯାଇଛି ଯେ, ଆର୍‌ଆଇ କାର୍ଯ୍ୟାଳୟ ନିକଟରେ ରଣଜିତଙ୍କର ଏକ କ୍ୟାବିନ ରହିଥିଲା। ସେଠାରେ ସେ ସେବାକେନ୍ଦ୍ର ଖୋଲିଥିଲେ। ସରକାରଙ୍କ ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କୁ ଅନ୍‌ଲାଇନ ସେବା ଯୋଗାଇଆସୁଥିଲେ। ତେବେ ତହସିଲଦାର ଏବଂ ଆର୍‌ଆଇ ବିନା ନୋଟିସରେ ରାଜନୈତିକ ତଥା ବ୍ୟକ୍ତିଗତ ଆକ୍ରୋଶ ରଖି ଜେସିବି ଲଗାଇ ସେହି ସେବାକେନ୍ଦ୍ରକୁ ଭାଙ୍ଗିଦେଇଥିଲେ। ସେ ଏହାର ବିରୋଧ କରିବାରୁ ତହସିଲଦାର କୁଆଡ଼େ ତାଙ୍କ ଘରଦ୍ୱାର ଭାଙ୍ଗିଦେବା ସହ ମିଥ୍ୟା ମାମଲା ରୁଜୁ କରି ଜେଲରେ ପୂରାଇ ଦେବେ ବୋଲି ଧମକ ଦେଇଥିଲେ ବୋଲି ରଣଜିତ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। କ୍ୟାବିନରେ ଥିବା ତାଙ୍କ କମ୍ପ୍ୟୁଟର, ଲାପ୍‌ଟପ୍‌, ପ୍ରିଣ୍ଟର, ଜେରକ୍ସ ମେଶିନ ଏବଂ ଅନ୍ୟ ଆସବାବପତ୍ର, ଯାହାର ମୂଲ୍ୟ ଲକ୍ଷାଧିକ ଟଙ୍କାରୁ ଊର୍ଦ୍ଧ୍ୱ ହେବ ସବୁ ନଷ୍ଟ ହୋଇଯାଇଛି। ସମ୍ପୃୃକ୍ତ ତହସିଲଦାର ଏବଂ ଆର୍‌ଆଇଙ୍କ ବିରୋଧରେ ସେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri