ଖୋର୍ଦ୍ଧା ତହସିଲଦାର, ଆର୍‌ଆଇଙ୍କ ବିରୋଧରେ ମାମଲା ରୁଜୁ

ଖୋର୍ଦ୍ଧା ଅଫିସ,୨୮ା୧୧: ଖୋର୍ଦ୍ଧା ରାଜସ୍ବ ନିରୀକ୍ଷକ (ଆର୍‌ଆଇ) କାର୍ଯ୍ୟାଳୟ ନିକଟସ୍ଥ ଏକ ସେବାକେନ୍ଦ୍ରକୁ ଭାଙ୍ଗି ଦେବା ନେଇ ଗୁରୁଜଙ୍ଗର ରଣଜିତ ମହାପାତ୍ର ଗତ ଅକ୍ଟୋବର ୩ରେ ଖୋର୍ଦ୍ଧା ତହସିଲଦାର ଏବଂ ଆର୍‌ଆଇଙ୍କ ବିରୋଧରେ ଆଦର୍ଶ ଥାନାରେ ଏତଲା ଦେଇଥିଲେ। ମାତ୍ର ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିଲା। ଫଳରେ ଏନେଇ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶନିବାର ଆଦର୍ଶ ଥାନାରେ ଦଫା ୪୨୭, ୨୯୪, ୩୪୧, ୫୦୬ ଏବଂ ୩୪ ଆଇପିସିରେ ଏକ ମାମଲା (ନଂ. ୬୨୧/୨୨) ରୁଜୁ ହୋଇଛି।
ଅଭିଯୋଗରେ ଦର୍ଶାଯାଇଛି ଯେ, ଆର୍‌ଆଇ କାର୍ଯ୍ୟାଳୟ ନିକଟରେ ରଣଜିତଙ୍କର ଏକ କ୍ୟାବିନ ରହିଥିଲା। ସେଠାରେ ସେ ସେବାକେନ୍ଦ୍ର ଖୋଲିଥିଲେ। ସରକାରଙ୍କ ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କୁ ଅନ୍‌ଲାଇନ ସେବା ଯୋଗାଇଆସୁଥିଲେ। ତେବେ ତହସିଲଦାର ଏବଂ ଆର୍‌ଆଇ ବିନା ନୋଟିସରେ ରାଜନୈତିକ ତଥା ବ୍ୟକ୍ତିଗତ ଆକ୍ରୋଶ ରଖି ଜେସିବି ଲଗାଇ ସେହି ସେବାକେନ୍ଦ୍ରକୁ ଭାଙ୍ଗିଦେଇଥିଲେ। ସେ ଏହାର ବିରୋଧ କରିବାରୁ ତହସିଲଦାର କୁଆଡ଼େ ତାଙ୍କ ଘରଦ୍ୱାର ଭାଙ୍ଗିଦେବା ସହ ମିଥ୍ୟା ମାମଲା ରୁଜୁ କରି ଜେଲରେ ପୂରାଇ ଦେବେ ବୋଲି ଧମକ ଦେଇଥିଲେ ବୋଲି ରଣଜିତ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। କ୍ୟାବିନରେ ଥିବା ତାଙ୍କ କମ୍ପ୍ୟୁଟର, ଲାପ୍‌ଟପ୍‌, ପ୍ରିଣ୍ଟର, ଜେରକ୍ସ ମେଶିନ ଏବଂ ଅନ୍ୟ ଆସବାବପତ୍ର, ଯାହାର ମୂଲ୍ୟ ଲକ୍ଷାଧିକ ଟଙ୍କାରୁ ଊର୍ଦ୍ଧ୍ୱ ହେବ ସବୁ ନଷ୍ଟ ହୋଇଯାଇଛି। ସମ୍ପୃୃକ୍ତ ତହସିଲଦାର ଏବଂ ଆର୍‌ଆଇଙ୍କ ବିରୋଧରେ ସେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri